• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

ବଦଳିଲା ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ୟୁନିପର୍ମ । ସବୁଜ ବଦଳରେ ବାଦାମୀ ଡ୍ରେସ୍ ପିନ୍ଧିବେ ଛାତ୍ରଛାତ୍ରୀ। ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀ ପରିଧାନ ଯୋଜନାରେ ମିଳିବ ଡ୍ରେସ୍ । ସବୁ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲକୁ ବଣ୍ଟାଯିବ। ଗତ ୨୦୨୩ରେ ପୂର୍ବରୁ ଗାଢ ନୀଳ ରଙ୍ଗ ୟୁନିଫର୍ମକୁ ବଦଳାଇ ସବୁଜ ପ୍ୟାଣ୍ଟ ଓ ଚେକ ସାର୍ଟ କରିଥିଲେ । ଛାତିରେ ଲେଖାଯାଇଥିଲା ’ଆମେ ଗଢିବୁ ନୂଆ ଓଡିଶା’ । ଏବେ ନୂଆ ସରକାର ଆସିବାପରେ ପୁଣି ବଦଳିବ ୟୁନିଫର୍ମ ରଙ୍ଗ ।

ପୂର୍ବରୁ ଛାତ୍ରୀଙ୍କ ପାଇଁ ହ୍ୱାଇଟ ଗ୍ରିନ ଚେକ୍ ସାଲ୍‌ୱାର ସହ ଗ୍ରୀନ ଜ୍ୟାକେଟ, କଳା ଜୋତା ଏବଂ ଧଳା ମୋଜା ଘୋଷଣା କରାଯାଇଥିଲା । ଏହା ବାଦ କେବଳ ଶନିବାର ପାଇଁ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ବ୍ଲାକ୍ ଟ୍ରାକ ପ୍ୟାଣ୍ଟ ଓ ଟି-ସାର୍ଟ ପିନ୍ଧିବାକୁ କୁହାଯାଇଥିଲା । ୧୦୦ ରୁ କମ ଉପସ୍ଥାନ ଥିବା ସ୍କୁଲ ଗୁଡିକରେ ଦୁଇଟି ନିର୍ଦ୍ଧାରିତ ରଙ୍ଗର ଟି-ସାର୍ଟ ପିନ୍ଧିବାକୁ ବି ଛାତ୍ରଛାତ୍ରୀଙ୍କୁ ନିର୍ଦେଶ ଥିଲା ।

OTV is now on Whatsapp

Join and get latest news update delivered to you via whatsapp

Join Now