Advertisment

Odisha Education Institutions Shutdown: କାଲିଠୁ ରାଜ୍ୟର ସମସ୍ତ ସ୍କୁଲ, କଲେଜରେ ପାଠ ପଢ଼ା ବନ୍ଦ

ତେବେ କୌଣସି ପରୀକ୍ଷା ପ୍ରଭାବିତ ହେବନି ଓ ପୂର୍ବସୂଚୀ ଅନୁସାରେ ପରୀକ୍ଷା ଚାଲିବ ବୋଲି ମନ୍ତ୍ରୀ ସୂଚନା ଦେଇଥିବାବେଳେ ଯେଉଁମାନେ ହଷ୍ଟେଲରେ ରହୁଛନ୍ତି, ସେମାନେ ରହିପାରିବେ ।

author-image
Santosh Kumar Sahoo
undefined

ସ୍କୁଲ-କଲେଜ୍‌ ଛୁଟି

କାଲିଠୁ ସବୁ ସ୍କୁଲ, କଲେଜ ଛୁଟି । ରାଜ୍ୟରେ ଜାରି ରହିଥିବା ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଥିବା ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି । ନିଜେ ମୁଖ୍ୟମନ୍ତ୍ରୀ ଏହି ନିର୍ଦ୍ଦେଶ ଦେଇଥିବା ସୁରେଶ ପୂଜାରୀ କହିଥିବାବେଳେ ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିବ ବୋଲି କହିଛନ୍ତି ।

Advertisment

ଅଧିକ ପଢ଼ନ୍ତୁ: ଆତଙ୍କୀ ହାମ୍‌ଲାରେ ଓଡ଼ିଆ ଯୁବକଙ୍କ ମୃତ୍ୟୁ, ପରିବାର ସହ ବୁଲିବାକୁ ଯାଇଥିଲେ

ତେବେ କୌଣସି ପରୀକ୍ଷା ପ୍ରଭାବିତ ହେବନି ଓ ପୂର୍ବସୂଚୀ ଅନୁସାରେ ପରୀକ୍ଷା ଚାଲିବ ବୋଲି ମନ୍ତ୍ରୀ ସୂଚନା ଦେଇଥିବାବେଳେ ଯେଉଁମାନେ ହଷ୍ଟେଲରେ ରହୁଛନ୍ତି, ସେମାନେ ରହିପାରିବେ । ସକାଳ ୭ରୁ ସାଢ଼େ ୮ ଚାଲୁଥିବା ଅଙ୍ଗନବାଡି କେନ୍ଦ୍ର ବି ବନ୍ଦ ରହିବ ଓ ଅଙ୍ଗନବାଡ଼ି ପିଲାଙ୍କ ଖାଦ୍ୟ ସେମାନଙ୍କ ଘରେ ପହଞ୍ଚାଯିବାକୁ ନିଷ୍ପତ୍ତି ହୋଇଛି ।

Advertisment

ସେହିପରି ଏହି ନିର୍ଦ୍ଦେଶନାମା ଉଭୟ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ପାଇଁ ଲାଗୁ ହେବ । କୌଣସି ବେସରକାରୀ ଶିକ୍ଷାନୁଷ୍ଠାନ ନିଷ୍ପତ୍ତି ନ ମାନିଲେ କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଛନ୍ତି ରାଜସ୍ବମନ୍ତ୍ରୀ । ଆଗକୁ ଯଦି ତାପମାତ୍ରା ହ୍ରାସ ପାଏ, ତାହାଲେ ଖୋଲିବା ଆଦେଶ ଦିଆଯାଇ ପାରେ ସୂଚନା ଦେଇଛନ୍ତି ମନ୍ତ୍ରୀ ।

Odisha Heat Wave Suresh Pujari
Advertisment
Advertisment