• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

ଆସନ୍ତା ୧୭ରେ ଖୋଲିବ ସ୍କୁଲ୍, ସପ୍ତାହେ ପୂର୍ବରୁ ହେବ ପ୍ରସ୍ତୁତି । ଶ୍ରେଣୀ ଗୃହରୁ ନେଇ ଶୌଚାଳୟ ପରିଷ୍କାର କରିବାକୁ ନିର୍ଦ୍ଦେଶ । ସମସ୍ତ ଡିଇଓଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ । ଶ୍ରେଣୀ ଗୃହ, କ୍ୟାମ୍ପସ ସଫା କରିବା ସହ କଟାଯିବ ଅନାବନା ଘାସ । ଯାଞ୍ଚ ହେବ ମଧ୍ୟାହ୍ନ ଭୋଜନ ସାମଗ୍ରୀ । ପାନୀୟ ଜଳକୁ ଗୁରୁତ୍ୱ ଦିଆଯିବ । ସ୍କୁଲ୍ ଖୋଲିବାର ଦିନକ ପୂର୍ବରୁ ଆସିବେ ପାଚିକା ଓ ସହାୟିକା ବୋଲି ଜଣା ପଡ଼ିଛି ।

ଖରା ପାଇଁ ରାଜ୍ୟ ସରକାର ସ୍କୁଲ ଛୁଟି କରି ଦେଇଥିଲେ । ଏପ୍ରିଲ ୨୫ ରୁ ସ୍କୁଲ ଛୁଟି କରିଦେଇଥିଲେ ରାଜ୍ୟ ସରକାର । ଏପ୍ରିଲ ୨୨ରୁ ୨୪ ତାରିଖ ପର୍ଯ୍ୟନ୍ତ ତିନିଦିନ ପାଇଁ ସମସ୍ତ ସ୍କୁଲକୁ ସକାଳୁଆ କରିଥିବା ବେଳେ ଆସନ୍ତା ୨୫ ରୁ ସ୍କୁଲ ଛୁଟି ଘୋଷଣା କରିଥିଲେ ରାଜ୍ୟ ସରକାର । ସେପଟେ ଆଜି ଜେଇଇ ଆଡ୍‌ଭାନ୍ସ ରେଜଲ୍ଟ ପ୍ରକାଶ ପାଇଛି । ମୋଟ ୪୮,୨୪୮ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି । IIT ଦିଲ୍ଲୀ ଜୋନର ବେଦ ଲାହୋଟି ଟପ୍ପର ହୋଇଛନ୍ତି ।

ସେହିପରି ଜୁନ ୭ରୁ ଆରମ୍ଭ ହୋଇଛି ଯୁକ୍ତ ଦୁଇ ନାମଲେଖା । ଅନଲାଇନରେ ଆବେଦନ କରିବେ ଛାତ୍ରଛାତ୍ରୀ । www.samsodisha.gov.in ପୋର୍ଟାଲରେ ଆବେଦନ କରିପାରିବେ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧୀନରେ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ଉପଶାସ୍ତ୍ରୀ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ କରିବେ ଛାତ୍ରଛାତ୍ରୀ ।

ମୋଟ୍ ୨ହଜାର ୨୨୧ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକରେ ଆଡ୍‌ମିଶନ କରାଯିବ । ଏଥିପାଇଁ କଳାରେ ୨ଲକ୍ଷ ୯୪ହଜାର ୮୪୦, ବିଜ୍ଞାନରେ ଲକ୍ଷେ ୬୬ ହଜାର ୯୨୯, ବାଣିଜ୍ୟରେ ୪୦ହଜାର ୧୦୪ ଓ ଧନ୍ଦାମୂଳକ ଶିକ୍ଷାରେ ୧୦ ହଜାର ୫୦୪ ସିଟ୍ ଉପଲବ୍ଧ ରହିଛି । ଜୁଲାଇ ୬ ତାରିଖ ରହିଛି ଆବେଦନର ଶେଷ ତାରିଖ । ଜୁଲାଇ ୧୮ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା। ଯୋଗ୍ୟ ଛାତ୍ରଛାତ୍ରୀ ଜୁଲାଇ ୧୯ରୁ ୨୩ ତାରିଖ ଭିତରେ ନାଁ ଲେଖାଇବେ ।

OTV is now on Whatsapp

Join and get latest news update delivered to you via whatsapp

Join Now