/odishatv-khabar/media/post_attachments/uploadimage/library/16_9/16_9_0/IMAGE_1758100990.jpg)
Assembly security
ଭୁବନେଶ୍ବର : ଆସନ୍ତା କାଲିଠାରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭା ମୌସୁମୀ ଅଧିବେଶନ । ଏଥିପାଇଁ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ପୋଲିସ ଡିଜି ସୁରକ୍ଷା ବ୍ୟବସ୍ଥା ର ଯାଞ୍ଚ କରିଛନ୍ତି। ଅଧିବେଶନ ସମୟରେ ୩ ଥାକିଆ ସୁରକ୍ଷା ବ୍ୟବସ୍ଥା ରହିବ। ଏଥିପାଇଁ ୩୦ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ କରାଯିବା ସହ ଷ୍ଟ୍ରାଇକିଂ ଫୋର୍ସ, ଏସ୍ ଟିୟୁ, ବୋମା ନିଷ୍କ୍ରିୟକାରୀ ଦଳ, ଡଗ୍ ସ୍କ୍ବାଡ ଓ ଅଗ୍ନିଶମ ବିଭାଗ ମଧ୍ୟ ଦାୟିତ୍ଵରେ ରହିବେ | ସେହିପରି ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ ବିଭିନ୍ନ ସ୍ଥାନରେ ସିଟିଟିଭି ଖଞ୍ଜା ଯାଇଛି । ୫ଟି ଅସ୍ଥାୟୀ ପୁଲିସ କଣ୍ଟ୍ରୋଲ୍ ରୁମ୍ ମଧ୍ୟ ଖୋଲାଯାଇଛି ।
କଣ୍ଟ୍ରୋଲ୍ ରୁମ୍ ରେ ପ୍ରତିଟି ଦିଗ ଉପରେ ନଜର ରଖାଯାଇ ସ୍ଥିତି ନିୟନ୍ତ୍ରଣ କରାଯିବା ୧୫୦ ଅଧିକାରୀ ଦାୟିତ୍ଵରେ ରହି ସ୍ଥିତି ଉପରେ ନଜର ରଖିବ । ଅଧିବେଶନ ଆରମ୍ଭ ପୂର୍ବରୁ ଏବେଠାରୁ ବିଧାନସଭା ଓ ଆଖପାଖ ଅଞ୍ଚଳକୁ ପୁଲିସ ଛାଉଣି କରାଯିବା ସହ ବ୍ୟାରିକେଡିଂ କରାଯାଇଛି ତ୍ରିସ୍ତରୀୟ ସୁରକ୍ଷା ବଳୟ ଭିତରେ ରହିବ ବିଧାନସଭା ।
ଲୋୟର ପିମଜିରେ ୧୪୪ ଧାରା ଜାରି କରାଯିବ । CCTV ସରଭିଲାନସ ଦ୍ବାରା ବିଧାନସଭା ଓ ତାକୁ ଲାଗିରହିଥିବା ସଂଲଗ୍ନ ସ୍ଥାନଗୁଡିକୁ ରଖାଯିବ । ଏହା ସହିତ ସମ୍ପୁର୍ଣ୍ଣ ପୋଲିସ୍ ପ୍ରଶାସନର କଡ଼ା ନଜରରେ ରହିବ ବିଧାନସଭା ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)