Advertisment

Assembly Security : ବିଧାନସଭାରେ ୩ ଥାକିଆ ସୁରକ୍ଷା ବ୍ୟବସ୍ଥା, ଜଗିବେ ୩୦ ପ୍ଲାଟୁନ୍ ପୁଲିସ ଫୋର୍ସ

ଲୋୟର ପିମଜିରେ ୧୪୪ ଧାରା ଜାରି କରାଯିବ । CCTV ସରଭିଲାନସ ଦ୍ବାରା ବିଧାନସଭା ଓ ତାକୁ ଲାଗିରହିଥିବା ସଂଲଗ୍ନ ସ୍ଥାନଗୁଡିକୁ ରଖାଯିବ । ଏହା ସହିତ ସମ୍ପୂର୍ଣ୍ଣ ପୋଲିସ୍ ପ୍ରଶାସନର କଡ଼ା ନଜରରେ ରହିବ ବିଧାନସଭା ।

Assembly security

Assembly security

Advertisment

ଭୁବନେଶ୍ବର : ଆସନ୍ତା କାଲିଠାରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭା ମୌସୁମୀ ଅଧିବେଶନ । ଏଥିପାଇଁ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ପୋଲିସ ଡିଜି ସୁରକ୍ଷା ବ୍ୟବସ୍ଥା ର ଯାଞ୍ଚ କରିଛନ୍ତି। ଅଧିବେଶନ ସମୟରେ ୩ ଥାକିଆ ସୁରକ୍ଷା ବ୍ୟବସ୍ଥା ରହିବ। ଏଥିପାଇଁ ୩୦ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ କରାଯିବା ସହ ଷ୍ଟ୍ରାଇକିଂ ଫୋର୍ସ, ଏସ୍ ଟିୟୁ, ବୋମା ନିଷ୍କ୍ରିୟକାରୀ ଦଳ, ଡଗ୍ ସ୍କ୍ବାଡ ଓ ଅଗ୍ନିଶମ ବିଭାଗ ମଧ୍ୟ ଦାୟିତ୍ଵରେ ରହିବେ | ସେହିପରି ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ ବିଭିନ୍ନ ସ୍ଥାନରେ ସିଟିଟିଭି ଖଞ୍ଜା ଯାଇଛି । ୫ଟି ଅସ୍ଥାୟୀ ପୁଲିସ କଣ୍ଟ୍ରୋଲ୍ ରୁମ୍ ମଧ୍ୟ ଖୋଲାଯାଇଛି ।

Advertisment

କଣ୍ଟ୍ରୋଲ୍ ରୁମ୍ ରେ ପ୍ରତିଟି ଦିଗ ଉପରେ ନଜର ରଖାଯାଇ ସ୍ଥିତି ନିୟନ୍ତ୍ରଣ କରାଯିବା ୧୫୦ ଅଧିକାରୀ ଦାୟିତ୍ଵରେ ରହି ସ୍ଥିତି ଉପରେ ନଜର ରଖିବ । ଅଧିବେଶନ ଆରମ୍ଭ ପୂର୍ବରୁ ଏବେଠାରୁ ବିଧାନସଭା ଓ ଆଖପାଖ ଅଞ୍ଚଳକୁ ପୁଲିସ ଛାଉଣି କରାଯିବା ସହ ବ୍ୟାରିକେଡିଂ କରାଯାଇଛି ତ୍ରିସ୍ତରୀୟ ସୁରକ୍ଷା ବଳୟ ଭିତରେ ରହିବ ବିଧାନସଭା ।

ଲୋୟର ପିମଜିରେ ୧୪୪ ଧାରା ଜାରି କରାଯିବ । CCTV ସରଭିଲାନସ ଦ୍ବାରା ବିଧାନସଭା ଓ ତାକୁ ଲାଗିରହିଥିବା ସଂଲଗ୍ନ ସ୍ଥାନଗୁଡିକୁ ରଖାଯିବ । ଏହା ସହିତ ସମ୍ପୁର୍ଣ୍ଣ ପୋଲିସ୍ ପ୍ରଶାସନର କଡ଼ା ନଜରରେ ରହିବ ବିଧାନସଭା ।

Advertisment
Odisha News Odisha Odisha Assembly
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ