ବଢୁଛି ହୀରାକୁଦ ଜଳସ୍ତର, ଖୋଲିଲା ଆଉ ୬ ଗେଟ୍

ହୀରାକୁଦ ଡ୍ୟାମର ଆଉ ୬ଟି ଗେଟ୍ ଖୋଲିଲା । ବର୍ତ୍ତମାନ ୨୦ଟି ଗେଟ୍ ଦେଇ ଜଳ ନିଷ୍କାସିତ ।

Hirakud Dam

ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଫୁଲୁଛି ହୀରାକୁଦ । ବୃଦ୍ଧି ପାଉଛି ଡ୍ୟାମର ଜଳସ୍ତର । ଫଳରେ ଜଳ ନିଷ୍କାସନ ପାଇଁ ହୀରାକୁଦ ଡ୍ୟାମର ଆଉ ୬ଟି ଗେଟ୍ ଖୋଲିଛି । ବର୍ତ୍ତମାନ ୨୦ଟି ଗେଟ୍ ଦେଇ  ଡ୍ୟାମରୁ ବନ୍ୟାଜଳ ନିଷ୍କାସିତ ହେଉଛି । ଫଳରେ ତଳିଆ ଅଞ୍ଚଳର ଲୋକେ ସତର୍କ ରହିବାକୁ କୁହାଯାଇଛି । ଗେଟ୍ ଖୋଲିବା ପୂର୍ବରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ତଳିଆ ଅଞ୍ଚଳର ଲୋକଙ୍କୁ ସତର୍କ କରାଯାଇଥିଲା ।ଉପରମୁଣ୍ଡରେ ବର୍ଷା ଯୋଗୁଁ ଡ୍ୟାମର ଜଳସ୍ତର ବଢୁଥିବାରୁ ଗେଟ୍ ଖୋଲାଯାଇଛି । 

ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ୬୨୧.୯୭ ଘନଫୁଟ ଥିବା ବେଳେ ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ୩ ଲକ୍ଷ ୫୯କ୍ୟୁସେକ ଜଳ ପ୍ରବେଶ କରୁଛି । ସେହିପରି ପ୍ରତି ସେକେଣ୍ଡରେ ଜଳଭଣ୍ଡାରରୁ ୨ ଲକ୍ଷ ୫୯ କ୍ୟୁସେକ ଜଳ ନିଷ୍କାସିତ ହେଉଛି ।

ସୂଚନାଯୋଗ୍ୟ, ଆଗକୁ ଲଘୁଚାପ ହେବାର ସମ୍ଭାବନା ଥିବାରୁ ଉପମୁଣ୍ଡରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । ଫଳରେ ହୀରାକୁଦ ଡ୍ୟାମର ଜଳସ୍ତର ବୃଦ୍ଧି ପାଇବାର ସମ୍ଭବନା ରହିଛି । ଯଦି ୨୦ରୁ ଅଧିକ ଗେଟ୍‌ ଖୋଲିଲେ ତଳିଆ ଅଞ୍ଚଳରେ ବନ୍ୟା ସ୍ଥିତି ଉପୁଜିବାର ଆଶଙ୍କା ରହିଛି ।