• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pallipuspa Samal

ଛତୁଆକୁ ନେଇ ବିଧାନସଭାରେ ଉଦବେଗ । ଛତୁଆ ଦୁର୍ନୀତି ନେଇ ଗୃହରେ ବିଧାୟକଙ୍କ ଉଦବେଗ ପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଇଛନ୍ତି ବାଚସ୍ପତି । ନିମ୍ନମାନର ଛତୁଆ ଯୋଗାଉଥିବା ଏଜେନ୍ସିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ହୋଇଛି । ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ବାଚସ୍ପତି ନିର୍ଦ୍ଦେଶ ଦେଇଛନ୍ତି ।

ଗୃହରେ ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ବେଳେ ଏକାଧିକ ବିଧାୟକ ମାନେ ଛତୁଆର ମାନ ନେଇ ଉଦବେଗ ପ୍ରକାଶ କରିବା ପରେ ଏହି ପ୍ରସଙ୍ଗକୁ ଗୁରୁତର ସହ ନେଇଥିଲେ ବାଚସ୍ପତି । ସମସ୍ତ ଏଜେନ୍ସି ସହ ଛତୁଆର ମାନ ଯାଞ୍ଚ କରି ଗୃହକୁ ରିପୋର୍ଟ ଦିଆଯିବ ବୋଲି କହିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

 

OTV is now on Whatsapp

Join and get latest news update delivered to you via whatsapp

Join Now