Advertisment

ଛତୁଆକୁ ନେଇ ବିଧାନସଭାରେ ଉଦବେଗ,କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ

ଛତୁଆ ମାନକୁ ନେଇ ଗୃହରେ ଏକାଧିକ ବିଧାୟକଙ୍କ ଉଦ୍‌ବେଗ । ଗୃହରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଲେ ବାଚସ୍ପତି । ନିମ୍ନମାନର ଛତୁଆ ଯୋଗାଉଥିବା ଏଜେନ୍ସିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ।

Chhatua Scam

Chhatua Scam

Advertisment

ଛତୁଆକୁ ନେଇ ବିଧାନସଭାରେ ଉଦବେଗ । ଛତୁଆ ଦୁର୍ନୀତି ନେଇ ଗୃହରେ ବିଧାୟକଙ୍କ ଉଦବେଗ ପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଇଛନ୍ତି ବାଚସ୍ପତି । ନିମ୍ନମାନର ଛତୁଆ ଯୋଗାଉଥିବା ଏଜେନ୍ସିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ହୋଇଛି । ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ବାଚସ୍ପତି ନିର୍ଦ୍ଦେଶ ଦେଇଛନ୍ତି ।

Advertisment

ଗୃହରେ ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ବେଳେ ଏକାଧିକ ବିଧାୟକ ମାନେ ଛତୁଆର ମାନ ନେଇ ଉଦବେଗ ପ୍ରକାଶ କରିବା ପରେ ଏହି ପ୍ରସଙ୍ଗକୁ ଗୁରୁତର ସହ ନେଇଥିଲେ ବାଚସ୍ପତି । ସମସ୍ତ ଏଜେନ୍ସି ସହ ଛତୁଆର ମାନ ଯାଞ୍ଚ କରି ଗୃହକୁ ରିପୋର୍ଟ ଦିଆଯିବ ବୋଲି କହିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

Odisha Assembly
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ