Advertisment

Sri Mandir Managing Committee: ‘ସପ୍ତାହେ ମଧ୍ୟରେ ଗଠନ ହେବ ଶ୍ରୀମନ୍ଦିର ପରିଚାଳନା କମିଟି’

‘ରାଜ୍ୟସରକାରଙ୍କ ପକ୍ଷରୁ ପରିଚାଳନା କମିଟି ଗଠନ ନେଇ ସମସ୍ତ ପ୍ରକ୍ରିୟା ଶେଷ ହୋଇଛି। କମିଟି ଗଠନ ପରେ ରତ୍ନଭଣ୍ଡାରର ଅଳଙ୍କାର ଗଣତି ମଣତି କରାଯିବ। ’

Sri Mandir Managing Committee to be formed soon

Sri Mandir Managing Committee to be formed soon

Advertisment

ସପ୍ତାହେ ମଧ୍ୟରେ ଗଠନ ହେବ ଶ୍ରୀମନ୍ଦିର ପରିଚାଳନା କମିଟି। ପୁରୀରେ ସ୍ବାଧୀନତା ଦିବସ ସମାରୋହ କାର୍ଯ୍ୟକ୍ରମ ଅବସରରେ ଏହି ବଡ଼ ଘୋଷଣା କରିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ରାଜ୍ୟସରକାରଙ୍କ ପକ୍ଷରୁ ପରିଚାଳନା କମିଟି ଗଠନ ନେଇ ସମସ୍ତ ପ୍ରକ୍ରିୟା ଶେଷ ହୋଇଛି। କମିଟି ଗଠନ ପରେ ରତ୍ନଭଣ୍ଡାରର ଅଳଙ୍କାର ଗଣତି ମଣତି କରାଯିବ। ଆରବିଆଇର ଦୁଇ ଅଧିକାରୀଙ୍କ ଉପସ୍ଥିତିରେ ଗଣତି ମଣତି ହେବ ବୋଲି ସୂଚନା ଦେଇଛନ୍ତି ମନ୍ତ୍ରୀ। ସେହିପରି ଆଗାମୀ ରଥଯାତ୍ରା ପାଇଁ ଖୁବ୍ ଶୀଘ୍ର ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ ବୋଲି କହିଛନ୍ତି ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।

Advertisment

Law Minister Prithviraj Harichandan
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ