Advertisment

New Airport in Paradip: ପାରାଦୀପରୁ ଉଡ଼ିବ ବିମାନ; ଯୋଜନା କରୁଛନ୍ତି ରାଜ୍ୟ ସରକାର

ଢେଙ୍କାନାଳର ବିରାଶୋଳ ସ୍ଥିତ ଏୟାରଷ୍ଟ୍ରିପରେ ବିଜୁ ପଟ୍ଟନାୟକ ବିମାନ ଚଳାଚଳ କେନ୍ଦ୍ରର ବିକାଶ ସଂପର୍କରେ ମଧ୍ୟ ଆଲୋଚନା ହୋଇଛି । ନୋଡାଲ ଏଜେନ୍ସି ଭାବରେ ଏହି ବିକାଶ କାର୍ଯ୍ୟଗୁଡ଼ିକୁ ତ୍ୱରାନ୍ୱିତ କରିବା ପାଇଁ ପୂର୍ତ୍ତ ବିଭାଗକୁ ଦାୟିତ୍ୱ ଦିଆଯାଇଛି।

author-image
Tapaswini Nayak
ଅଦ୍ୟତନ ହୋଇଛି
paradeep

paradeep

ପାରାଦୀପରେ ହେବ ନୂଆ ଏୟାରପୋର୍ଟ। ପାରାଦୀପରେ ଏକ ଗ୍ରୀନଫିଲ୍ଡ ବିମାନବନ୍ଦର ପାଇଁ ଯୋଜନା କରୁଛନ୍ତି ରାଜ୍ୟ ସରକାର। ଲୋକସେବା ଭବନରେ ଏ ସଂପର୍କରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Advertisment

ଅଧିକ ପଢ଼ନ୍ତୁ: ଆଜି ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ, ଜାଣନ୍ତୁ କେମିତି ଦେଖିବେ ମାର୍କ

ବିମାନ ଚଳାଚଳ ଓ ନେଟୱାର୍କ ନିର୍ମାଣ ପରିଚାଳନା ସଂପର୍କିତ ବୈଠକରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ବିମାନ ଚଳାଚଳ ଭିତ୍ତିଭୂମିକୁ ବିଶ୍ୱସ୍ତରୀୟ କରାଯିବ। ଅନ୍ୟପକ୍ଷରେ ପୁରୀରେ ଶ୍ରୀଜଗନ୍ନାଥ ବିମାନବନ୍ଦର ପ୍ରାକ୍ ପ୍ରସ୍ତୁତି କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ରାଜ୍ୟର ୧୫ଟି ଜିଲ୍ଲାରେ ହେଲିପୋର୍ଟ ନିର୍ମାଣ ପାଇଁ ବୈଠକରେ ଆଲୋଚନା ହୋଇଛି।

Advertisment

ଢେଙ୍କାନାଳର ବିରାଶୋଳ ସ୍ଥିତ ଏୟାରଷ୍ଟ୍ରିପରେ ବିଜୁ ପଟ୍ଟନାୟକ ବିମାନ ଚଳାଚଳ କେନ୍ଦ୍ରର ବିକାଶ ସଂପର୍କରେ ମଧ୍ୟ ଆଲୋଚନା ହୋଇଛି । ନୋଡାଲ ଏଜେନ୍ସି ଭାବରେ ଏହି ବିକାଶ କାର୍ଯ୍ୟଗୁଡ଼ିକୁ ତ୍ୱରାନ୍ୱିତ କରିବା ପାଇଁ ପୂର୍ତ୍ତ ବିଭାଗକୁ ଦାୟିତ୍ୱ ଦିଆଯାଇଛି। ରାଉରକେଲା ବିମାନବନ୍ଦର ଉନ୍ନତୀକରଣ ଉପରେ ମଧ୍ୟ ଆଲୋଚନା ହୋଇଛି। ଆଞ୍ଚଳିକ ସଂଯୋଗୀକରଣକୁ ବୃଦ୍ଧି କରିବା ପାଇଁ ଜୟପୁର, ଦାଣ୍ଡବୋଷ, ରଙ୍ଗେଇଲୁଣ୍ଡା, ଗୋତମା, ସତୀଭତା, ରାଇସୁଆଁ, ତୁଷରା, ଜମାଦାରପାଲୀ, ମାଲକାନଗିରି, ଅମର୍ଦ୍ଦା ରୋଡ୍ ଏବଂ ଉତ୍କେଲା ସମେତ ରାଜ୍ୟର ପ୍ରମୁଖ ବିମାନବନ୍ଦର ଗୁଡ଼ିକର ଉନ୍ନତିକରଣ ଉପରେ ଗୁରୁତ୍ୱାରୋପ କରାଯାଇଛି।

ଅଧିକ ପଢ଼ନ୍ତୁ:ମେ' ୨ରୁ ଓଜେଇଇ ପରୀକ୍ଷା; ଜାଣନ୍ତୁ ସମୟ ସୂଚୀ...

ଏହି ଅବସରରେ ବିମାନବନ୍ଦର, ହେଲିପ୍ୟାଡ୍ ଏବଂ ଡ୍ରୋନ୍ ହବ୍ ସମେତ ରାଜ୍ୟରେ ବିଶ୍ୱସ୍ତରୀୟ ବିମାନ ଚଳାଚଳ ଭିତ୍ତିଭୂମି ପ୍ରତିଷ୍ଠା ସମ୍ବନ୍ଧରେ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ। ରାଜ୍ୟରେ ବୃଦ୍ଧି ପାଉଥିବା ବିମାନ ଚଳାଚଳ କ୍ଷେତ୍ରକୁ ସୁଦୃଢ କରିବା ପାଇଁ ଆଧୁନିକ ଭିତ୍ତିଭୂମି ଏବଂ ଉନ୍ନତ ମାନବ ସମ୍ବଳର ପ୍ରସ୍ତାବ ସହିତ ବିମାନ ଚଳାଚଳ ନିର୍ଦ୍ଦେଶାଳୟର ପୁନର୍ଗଠନ ବିଷୟରେ ଏହି ବୈଠକରେ ଆଲୋଚନା ହୋଇଛି।

Airport Paradeep
Advertisment
Advertisment