Statues of Eminent Personalities
ରାଜ୍ୟର ବିଭିନ୍ନ ଜିଲ୍ଲାରେ ସ୍ଥାପିତ ହେବ ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତି। ବରପୁତ୍ରମାନଙ୍କ ଅବଦାନ ଚିର ସ୍ମରଣୀୟ ଓ ଯୁବପିଢ଼ିଙ୍କ ପାଇଁ ପ୍ରେରଣାର ଉତ୍ସ ହୋଇଥିବାରୁ ସେମାନଙ୍କ ସ୍ମୃତିର ସୁରକ୍ଷା ଲାଗି ଏହି ପଦକ୍ଷେପ ନିଆଯିବ। ଏ ନେଇ ସଂସ୍କୃତି ବିଭାଗ ପକ୍ଷରୁ ବିଧିବଦ୍ଧ ନିଷ୍ପତ୍ତି ହୋଇଛି।
ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ବୈଠକରେ ବିଭିନ୍ନ ଲୋକ ପ୍ରତିନିଧି, ସ୍ବେଚ୍ଛାସେବୀ ଅନୁଷ୍ଠାନ, ବିଶିଷ୍ଟ ବ୍ୟକ୍ତି ବିଶେଷ ଏବଂ ଜିଲ୍ଲା ପ୍ରଶାସନଠୁ ହସ୍ତଗତ ହୋଇଥିବା ପ୍ରସ୍ତାବ ସମ୍ପର୍କରେ ଆଲୋଚନା କରାଯାଇଥିଲା।
କେଉଁ ଜିଲ୍ଲାରେ କାହାର ପ୍ରତିମୂର୍ତ୍ତି ସ୍ଥାପିତ ହେବ ତାହାର ତାଲିକା ବୈଠକରେ ଚୂଡ଼ାନ୍ତ ହୋଇଛି। ଏହି କ୍ରମରେ କେନ୍ଦ୍ରାପଡ଼ାରେ ଭଜନ ସମ୍ରାଟ ଭିକାରୀ ବଳ, ବଲାଙ୍ଗିରରେ ଧରମ ସିଂ ମାନ୍ଧାତା ମାଝୀ, ଭୁବନେଶ୍ବରେ କୁନ୍ତଳା କୁମାରୀ ସାବତ, ବ୍ରହ୍ମପୁରରେ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ, ଏବଂ ସମ୍ବଲପୁରରରେ ଅଟଳବିହାରୀ ବାଜପେୟୀ ଓ ବୀର ସୁରେନ୍ଦ୍ର ସାଏ ଆଦି ବରପୁତ୍ରଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯିବ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ପ୍ରତିମୂର୍ତ୍ତି ନିର୍ମାଣ ଓ ସ୍ଥାପନା କରାଯିବ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1729133682.jpg)