/odishatv-khabar/media/post_attachments/uploadimage/library/16_9/16_9_0/IMAGE_1735978449.jpg)
Subhadra Yojana
'ସୁଭଦ୍ରା' ଯୋଜନାକୁ ନେଇ ଆସିଲା ବଡ଼ ଖବର। ମାର୍ଚ୍ଚ ୩୦ରେ ଆବେଦନ କଲେ ବି ଏକା ଥରେ ମିଳିବ ସୁଭଦ୍ରାର ଦୁଇଟି କିସ୍ତି। ଗାଁର ଶେଷ ଯୋଗ୍ୟ ହିତାଧିକାରୀ ଆବେଦନ ନ କଲା ଯାଏଁ ଚାଲିବ ପଞ୍ଜୀକରଣ । ପ୍ରଥମ କିସ୍ତି ମିଳିବାର ଶେଷ ତାରିଖ ମାର୍ଚ୍ଚ ୮ ଥିଲା । କିନ୍ତୁ ମାର୍ଚ୍ଚ ୩୦ ପରେ ଆବେଦନ କଲେ ବି ମିଳିବ ପ୍ରଥମ କିସ୍ତି ଟଙ୍କା ।
ବ୍ୟାଙ୍କ ଗୁଡିକ ସହିତ ବୈଠକ ସରିଲାଣି । ଏବେ ଅଙ୍ଗନବାଡ଼ି ଦିଦି ମାନେ ଘର ଘର ବୁଲୁଛନ୍ତି। ତେଣୁ ଯାହାର ୫ ଏକର ଜମି ଅଛି ବା ନାହିଁ, ଏହି ଦ୍ବନ୍ଦ୍ବ ପାଇଁ ଡିସେମ୍ବର ୩୦ ଯାଏଁ ତଦନ୍ତ ହେଉଛି ବୋଲି ପୂର୍ବରୁ ସୂଚନା ଦିଆଯାଇଥିଲା । ଏହି ସମୟ ଅବଧିକୁ ଜାନୁଆରୀ ୧୫ ଯାଏଁ ବୃଦ୍ଧି କରାଯାଇଛି । ତେଣୁ ଜାନୁଆରୀ ୧୫ ପରେ ମିଳିବ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ।
ଅଧିକ ପଢ଼ନ୍ତୁ: 'ସୁଭଦ୍ରା': କ୍ୟାବିନେଟ୍ରେ ବଡ଼ ନିଷ୍ପତ୍ତି, ୩୧ ସୁଦ୍ଧା ଆବେଦନ କଲେ ମିଳିବ ୨ କିସ୍ତି
ସୂଚନା ଅନୁସାରେ ୧୭ ସେପ୍ଟେମ୍ବର ୨୦୨୪ରେ ଆରମ୍ଭ ହୋଇଥିଲା ସୁଭଦ୍ରା ଯୋଜନା । ଭୁବନେଶ୍ୱରର ଜନତା ମୈଦାନରେ ହଜାର ହଜାର ମହିଳାଙ୍କ ଉପସ୍ଥିତିରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ପ୍ରଥମ ଦଫାରେ ପ୍ରାୟ ୨୫ ଲକ୍ଷ ମହିଳାଙ୍କ ଖାତାକୁ ଟଙ୍କା ଯାଇଥିଲା । ସେହିପରି ଅକ୍ଟୋବର ୯ରେ ମହିଳାଙ୍କ ଖାତାକୁ ଆସିଥିଲା ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା । ବାରିପଦା ସଭାରେ ମୁଖ୍ୟମନ୍ତ୍ରୀ ଟଙ୍କା ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ପଠାଇଥିଲେ ।
ସୁଭଦ୍ରା ଯୋଜନା: କେଉଁ ମାନେ କରିପାରିବେ ଆବେଦନ ?
- ଓଡ଼ିଶାର ଯୋଗ୍ୟ ମହିଳା ଯାହାଙ୍କ ବୟସ ୨୧ ରୁ ୫୯ ବର୍ଷ ମଧ୍ୟରେ ହୋଇଥିବ ।
- ପରିବାରରେ ଏକାଧିକ ଯୋଗ୍ୟ ମହିଳା ଥିଲେ ବି ମିଳିବ ସୁଭଦ୍ରା ଟଙ୍କା ।
- ବିଧବା ଭତ୍ତା ପାଉଥିବା ମହିଳା ତଥା ଛାତ୍ର ବୃତ୍ତି ପାଉଥିବା କଲେଜ ଛାତ୍ରୀଙ୍କୁ ମଧ୍ୟ ଏହି ଯୋଜନାରେ ଅନ୍ତର୍ଭୁକ୍ତ କରାଯିବ।
- ଅଙ୍ଗନୱାଡି କର୍ମୀ/ସହାୟିକା, ଆଶାକର୍ମୀ ମଧ୍ୟ କରିପାରିବେ ଆବେଦନ ।
- ସିଆରପି କରିପାରିବେ ଆବେଦନ ।
- ଏମ୍ବିକେ, ଆଉଟ୍ ସୋର୍ସିଂ ସଂସ୍ଥାର ମହିଳା ମାନେ ମଧ୍ୟ ସୁଭଦ୍ରା ଯୋଜନାର ଲାଭ ଉଠାଇ ପାରିବେ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)