/odishatv-khabar/media/post_attachments/uploadimage/library/16_9/16_9_0/IMAGE_1753859042.jpg)
Subhadra Yojana
ଅଗଷ୍ଟ ୯ ପରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ। ୨୧ ବର୍ଷ ହୋଇଥିବା ଯୁବତୀ ପୁଣି ଥରେ କରିପାରିବେ ଆବେଦନ। ସୁଭଦ୍ରା ଯୋଜନାକୁ ନେଇ ଆଜି କିଛି ଏଭଳି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।
Advertisment
ଅଗଷ୍ଟ ୯ ତାରିଖ ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ତୃତୀୟ କିସ୍ତି ପରେ ଖୋଲିବ ସୁଭଦ୍ରା ପୋର୍ଟାଲ। ୨୧ ବର୍ଷ ହୋଇଥିବା ଯୁବତୀ କରି ପାରିବେ ଆବେଦନ। ତାସହ ପୂର୍ବରୁ ବାଦ୍ ପଡ଼ିଥିବା ୨ ଲକ୍ଷ ହିତାଧିକାରୀଙ୍କୁ ଯୋଡ଼ିବା ପାଇଁ ଆଉ ଥରେ ହେବ ସର୍ଭେ । ଗାଡ଼ି କିଣା ଏବଂ ୫ ଏକର ଜମି ଥିବା ସହ ଆଇଟି ରିଟର୍ଣ୍ଣ କରିଥିବାରୁ ସେମାନଙ୍କୁ ବାଦ୍ ଦିଆଯାଇଛି। ସେହିପରି ୯୩ ହଜାର ହିତାଧିକାରୀଙ୍କୁ ୬୦ ବର୍ଷ ହୋଇଥିବାରୁ ସାମାଜିକ ଓ ସୁରକ୍ଷା ବିଭାଗକୁ ତାଙ୍କ ଲିଷ୍ଟ ପଠେଇ ଦିଆଯାଇଛି। ଏହି ଆଧାରକୁ ନେଇ ପୁଣି ଥରେ ଚୟନ କରାଯିବ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)