Advertisment

Subhadra Yojana: ଖୁସି ଖବର; ମାର୍ଚ୍ଚରେ ମିଳିବ ସୁଭଦ୍ରାର ଦ୍ୱିତୀୟ କିସ୍ତି

ଏଯାଏଁ ପ୍ରାୟ ୮୦ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କୁ ସୁଭଦ୍ରା ମିଳିଲାଣି। ମହିଳାଙ୍କ ବିକାଶ ପାଇଁ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

author-image
Tapaswini Nayak
ଅଦ୍ୟତନ ହୋଇଛି
Subhadra Yojana

Subhadra Yojana

ସୁଭଦ୍ରାକୁ ନେଇ ଆଜି ବଡ଼ ଅପଡେଟ୍ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ମାର୍ଚ୍ଚ ୮ ତାରିଖରେ ମିଳିବ ସୁଭଦ୍ରା ଯୋଜନାର ଦ୍ୱିତୀୟ କିସ୍ତି ଟଙ୍କା। ଆଜି ସାଧାରଣତନ୍ତ୍ର ଦିବସ ଅବସରରେ କଟକରେ ପତାକା ଉତ୍ତୋଳନ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ସୂଚନା ଦେଇଛନ୍ତି।

Advertisment

ସେ କହିଛନ୍ତି, ଏଯାଏଁ ପ୍ରାୟ ୮୦ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କୁ ସୁଭଦ୍ରା ମିଳିଲାଣି। ମହିଳାଙ୍କ ବିକାଶ ପାଇଁ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ ହୋଇଛି।

ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣରେ ଆହୁରି କହିଛନ୍ତି, ଦେଶ ପାଇଁ ଜୀବନକୁ ଉତ୍ସର୍ଗ କରିଥିବା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି। ଆଜିର ଦିନରେ ମହାନ୍ ଜନନାୟକଙ୍କୁ ମନେ ପକାଇବା ପାଇଁ ପରମ ସୁଯୋଗ ଆସିଛି। ଦେଶର ଅଖଣ୍ଡତା ବଜାୟ ସହ ସୁଶାସନ ଯୋଗାଇବା ପରମ ଲକ୍ଷ୍ୟ ରଖାଯାଇଛି। ଦେଶର ଗଣତନ୍ତ୍ର ବଜାୟ ରଖିବାରେ କୋଟି କୋଟି ଜନତାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। ନିରବଚ୍ଛିନ୍ନ ଭାବେ ଗଣତନ୍ତ୍ରକୁ ବଜାୟ ସହ ଦେଶର ଅଗ୍ରଗତି ହେଉଛି। ଖୁବ୍‌ଶୀଘ୍ର ଆମ ଦେଶ ତୃତୀୟ ଶ୍ରେଷ୍ଠ ଅର୍ଥନୀତି ହେବାକୁ ଯାଉଛି।

Advertisment

ଅଧିକ ପଢ଼ନ୍ତୁ: ସୁଭଦ୍ରା ପୋର୍ଟାଲରେ ପୁରୁଷ କେମିତି କଲେ ଆବେଦନ ? ବଢ଼ିଲାଣି ରାଜନୀତି

୧୪୦ କୋଟି ଭାରତୀୟଙ୍କ ଜୀବନଯାପନ ଶୈଳୀରେ ପରିବର୍ତ୍ତନ ଆସିଛି। ଲୋକଙ୍କ ଶିକ୍ଷା, ସ୍ୱାସ୍ଥ୍ୟ ଭଳି ମୌଳିକ ଅଧିକାର ଯୋଗାଇବାକୁ ସରକାର ପ୍ରତିଶ୍ରୁତିବଦ୍ଧ। ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ଅଦ୍ଭୂତପୂର୍ବ ପରିବର୍ତ୍ତନ ହେବାକୁ ଯାଉଛି। ଗାଁରୁ ବିକାଶ ଆରମ୍ଭ ହେଉଛି, ସରକାର ଏନେଇ ଭିତ୍ତିଭୂମି ପ୍ରସ୍ତୁତ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଓଡ଼ିଆ ଅସ୍ମିତା ସହ ଓଡ଼ିଶାର ବିକାଶ ଆଗେଇ ଚାଲିଛି। ରାଜ୍ୟର ବିକାଶ ପାଇଁ ରାଜ୍ୟ ସରକାର ଅନବରତ କାମ କରୁଛନ୍ତି। ଆଜି ଉତ୍ସବର ଦିନ ନୁହେଁ, ସମ୍ବିଧାନକୁ ସୁରକ୍ଷା ଦେବା ଆମ ସମସ୍ତଙ୍କ ଦାୟିତ୍ୱ।ସମୃଦ୍ଧ ଓ ବିକଶିତ ଓଡ଼ିଶା ନିର୍ମାଣରେ ହାତ ବଢ଼ାଇବାକୁ ମୁଖ୍ୟମନ୍ତ୍ରୀ ଆହ୍ୱନ ନେଇଛନ୍ତି।

ସୂଚନାଯୋଗ୍ୟ, ଗତ ସେପ୍ଟେମ୍ବର ୧୭ ତାରିଖରେ, ଅକ୍ଟୋବର ୯ ଓ ନଭେମ୍ବର ୨୪ ତାରିଖରେ ୩ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ପ୍ରଦାନ କରାଯାଇ ସାରିଛି। ଜାନୁଆରୀ ଶେଷ ସୁଦ୍ଧା ସୁଭଦ୍ରାର ପ୍ରଥମ କିସ୍ତିର ଚତୁର୍ଥ ପର୍ୟ୍ୟାୟ ଟଙ୍କା ମିଳିବ ବୋଲି କିଛି ଦିନ ତଳେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଥିଲେ।

ଅଧିକ ପଢ଼ନ୍ତୁ: ଖୁସି ଖବର; ଜାନୁଆରୀ ମାସରେ ମିଳିବ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା

Cuttack CMO Subhadra
Advertisment
Advertisment