/odishatv-khabar/media/post_attachments/uploadimage/library/16_9/16_9_0/IMAGE_1732439431.jpg)
Subhadra Yojana
ଆସିଲା ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା। ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଖାତାକୁ ଯାଇଛି 'ସୁଭଦ୍ରା' ଟଙ୍କା । ସୁନ୍ଦରଗଡ଼ରେ ଟଙ୍କା ରିଲିଜ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବାକି ଯେଉଁ ଆବେଦନକାରୀ ଜମି ଯୋଗ୍ୟତା ପାଇଁ ବାଦ୍ ପଡ଼ିଛନ୍ତି, ସେମାନଙ୍କର ମଧ୍ୟ ତଥ୍ୟ ଯାଞ୍ଚ ପାଇଁ ବ୍ଲକସ୍ତରକୁ ରିପୋର୍ଟ ଯାଇଛି। ସେଠି ସମାଧାନ ହୋଇଗଲେ, ସେମାନଙ୍କୁ ଡିସେମ୍ବରରେ ଟଙ୍କା ମିଳିବ ବୋଲି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ।
ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସୁନ୍ଦରଗଡ଼ ଗସ୍ତରେ ଆସି ସ୍ଥାନୀୟ ମହାବିଦ୍ୟାଳୟ ନିକଟସ୍ଥ ଯତରା ପଡ଼ିଆରେ ଆୟୋଜିତ ବିଶାଳ ସମାବେଶରେ ଯୋଗ ଦେଇଥିଲେ। ଆୟୋଜିତ ସଭାରେ ମୁଖ୍ୟମନ୍ତ୍ରୀ ୧୦ ଜଣ ମହିଳାଙ୍କୁ ତୃତୀୟ ପର୍ଯ୍ୟାୟ ପ୍ରଥମ କିସ୍ତିର ଡମି ଚେକ୍ ପ୍ରଦାନ କରିଥିଲେ। ଏଥିସହ ପ୍ରଥମ କିସ୍ତିରୁ ବାଦ୍ ପଡ଼ିଥିବା ୨୫ ପ୍ରତିଶତ ମହିଳାଙ୍କୁ ମିଳିଛି ଟଙ୍କା ।
ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟତୀତ ଉପମୁଖ୍ଯମନ୍ତ୍ରୀ ପ୍ରଭାତୀ ପରିଡ଼ା, କେନ୍ଦ୍ର ଆଦିବାସୀ ବ୍ଯାପାର ମନ୍ତ୍ରୀ ଜୁଏଲ ଓରାମ, ପଞ୍ଚାୟତିରାଜ ଓ ପାନୀୟଜଳ ମନ୍ତ୍ରୀ ରବିନାରାୟଣ ନାଏକ, ରଘୁନାଥପାଲି ବିଧାୟକ ଦୁର୍ଗାଚରଣ ତନ୍ତୀ, ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ଶୋଭା ଶର୍ମା ଏବଂ ଜିଲ୍ଲାପାଳ ମନୋଜ ମହାଜନ ପ୍ରମୁଖ ଉପସ୍ଥିତ ଥିଲେ।
ଗତକାଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଥିଲେ, ଯେଉଁ ଆବେଦନକାରୀ ଜମି ଯୋଗ୍ୟତା ପାଇଁ ବାଦ୍ ପଡ଼ିଛନ୍ତି, ସେମାନଙ୍କର ତଥ୍ୟ ଯାଞ୍ଚ ପାଇଁ ବ୍ଲକସ୍ତରକୁ ରିପୋର୍ଟ ଯାଇଛି । ସେଠି ସମାଧାନ ହୋଇଗଲେ, ସେମାନଙ୍କୁ ଡିସେମ୍ବରରେ ଟଙ୍କା ମିଳିବ। ଅନ୍ୟପକ୍ଷରେ ପାଖାପାଖି ୫ ଲକ୍ଷ ମିସ୍ ମ୍ୟାଚ୍ ଆବେଦନର ସମାଧାନ ହୋଇ ନଥିବା କହିଥିଲେ। ସେମାନଙ୍କ ଆଧାର, ଆକାଉଣ୍ଟ, ମୋବାଇଲ ନମ୍ବର ସଂଯୋଗ ପରେ ଯୋଜନାରେ ସାମିଲ୍ କରାଯିବ। ଯାଞ୍ଚ ସରିବା ପରେ ସେମାନଙ୍କ ଖାତାକୁ ସୁଭଦ୍ରା ସହାୟତା ଟଙ୍କା ଯିବ।
ଅଧିକ ପଢ଼ନ୍ତୁ: Subhadra Yojana: ମିସମ୍ୟାଚ୍ ଯୋଗୁ ଆକାଉଣ୍ଟକୁ ଯାଇପାରୁନି ‘ସୁଭଦ୍ରା’ ଟଙ୍କା, ସିଙ୍ଗଲ୍ ଆକାଉଣ୍ଟ ଦେବାକୁ ଉପ-ମୁଖ୍ୟମନ୍ତ୍ରୀଙ୍କ ଅପିଲ
ସୂଚନା ଅନୁସାରେ ସେପ୍ଟେମ୍ବର ୧୭ରେ ଆରମ୍ଭ ହୋଇଥିଲା ସୁଭଦ୍ରା ଯୋଜନା । ଭୁବନେଶ୍ୱରର ଜନତା ମୈଦାନରେ ହଜାର ହଜାର ମହିଳାଙ୍କ ଉପସ୍ଥିତିରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ପ୍ରଥମ ଦଫାରେ ପ୍ରାୟ ୨୫ ଲକ୍ଷ ମହିଳାଙ୍କ ଖାତାକୁ ଟଙ୍କା ଯାଇଥିଲା ।
ସେହିପରି ଅକ୍ଟୋବର ୯ରେ ମହିଳାଙ୍କ ଖାତାକୁ ଆସିଥିଲା ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା । ବାରିପଦା ସଭାରେ ମୁଖ୍ୟମନ୍ତ୍ରୀ ଟଙ୍କା ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ପଠାଇଥିଲେ । ୩୫ ଲକ୍ଷରୁ ଅଧିକ ମହିଳାଙ୍କ ଆକାଉଣ୍ଟ ଗଲା ୫ ହଜାର ଲେଖାଏଁ ମୋଟ୍ ୧୭୫୦ କୋଟିରୁ ଅଧିକ ଟଙ୍କା । ଦୁଇଟି ପର୍ଯ୍ୟାୟରେ ଆଜି ସୁଦ୍ଧା ୬୦ ଲକ୍ଷରୁ ଅଧିକ ମହିଳା ଉପକୃତ ହୋଇଛନ୍ତି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)