/odishatv-khabar/media/post_attachments/uploadimage/library/16_9/16_9_0/IMAGE_1739009564.jpg)
Subhadra Yojana
ମହିଳାଙ୍କ ପାଇଁ ଖୁସି ଖବର । ବ୍ୟାଙ୍କ୍ ଆକାଉଣ୍ଟକୁ ଗଲା ଗଲା ସୁଭଦ୍ରା ଟଙ୍କା । ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ 'ସୁଭଦ୍ରା' ଟଙ୍କା ପ୍ରଦାନ କରାଯାଇଛି । ୧୮ ଲକ୍ଷରୁ ଅଧିକ ମହିଳାଙ୍କ ଖାତାକୁ ଗଲା ଟଙ୍କା । ୭ ମାସରେ ୯୮ ଲକ୍ଷ ମହିଳା ହିତାଧିକାରୀ ଉପକୃତ ହେବେ । ଯାଜପୁରରେ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଟଙ୍କା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମାର୍ଚ୍ଚ ୮ରେ ଦ୍ବିତୀୟ କିସ୍ତି ଟଙ୍କା ମିଳିବ କହିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ତେବେ NPCIରେ ଅସୁବିଧା ଯୋଗୁଁ ବଞ୍ଚିତ ହେଲେ ମାର୍ଚ୍ଚ ୮ରେ ଟଙ୍କା ମିଳିଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।
NPCIରେ ଅସୁବିଧା ନେଇ ୩ ଲକ୍ଷ ୩୮ ହଜାର ମହିଳାଙ୍କ ସୁଭଦ୍ରା ଟଙ୍କା ଅଟକିଥିଲା। ସରକାର ହିତାଧିକାରୀଙ୍କୁ ବ୍ୟାଙ୍କ ଯିବାକୁ କହିବା ପରେ ୬୮ ହଜାର ହିତାଧିକାରୀଙ୍କର ଡକ୍ୟୁମେଣ୍ଟ କ୍ଲିୟର ହୋଇଛି। ବାକି ହିତାଧିକାରୀ NPCI କ୍ଲିୟର କଲେ ଆସନ୍ତା ମାର୍ଚ୍ଚ ୮ରେ ଉଭୟ ପ୍ରଥମ ଓ ଦ୍ବିତୀୟ କିସ୍ତି ଟଙ୍କା ପାଇବେ ।
ଅଧିକ ପଢ଼ନ୍ତୁ: ବଡ଼ ଖୁଲାସା: ୧୫୭ ଜଣ ପୁରୁଷ କରିଛନ୍ତି ସୁଭଦ୍ରା ଆବେଦନ
ସେପଟେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବ୍ୟାସନଗର ଚାନ୍ଦମା ପଡ଼ିଆରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ବାଣ୍ଟିବା ଲାଗି ବ୍ୟାପକ ଆୟୋଜନ ହୋଇଥିଲା । ମୁଖ୍ୟମନ୍ତ୍ରୀ ଯାଜପୁରର ବ୍ୟାସନଗର, କୋରେଇ ଓ ଜିଲ୍ଲା ସଦର ମହକୁମା ସମେତ ବିଭିନ୍ନ ସ୍ଥାନ ପାଇଁ ୮ଟି ପ୍ରକଳ୍ପର ଶୁଭ ଉଦଘାଟନ କରିଛନ୍ତି ।
ତେବେ ଆଜି ଚତୁର୍ଥ ପର୍ଯ୍ୟାୟରେ ପ୍ରଥମ କିସ୍ତି ଟଙ୍କା ମିଳୁଥିବା ଶୁଣିବା ପରେ ସମସ୍ତ ହିତାଧିକାରୀଙ୍କ ଖାତାକୁ ଟଙ୍କା ଯିବ ବୋଲି ସେମାନେ ଆଶା ରଖିଛନ୍ତି । ଗତବର୍ଷ ସେପଟେମ୍ବର ୧୭ରେ ରାଜ୍ୟରେ ସୁଭଦ୍ରା ଯୋଜନା ଲାଗୁ କରିଥିଲେ ମୋହନ ସରକାର । ସେବେଠୁ ତିନିଟି ଫେଜ୍ ରେ ହିତାଧିକାରୀଙ୍କୁ ୫ହଜାର ଲେଖାଏଁ ଟଙ୍କା ମିଳୁଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)