Advertisment

Subhadra Yojana Odisha: ଉପ-ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା; କହିଲେ- ‘ଏବେ ମିଳିବନି  ‘ସୁଭଦ୍ରା’ ଟଙ୍କା’

‘ସୁଭଦ୍ରା’ ଯୋଜନାକୁ ନେଇ ବଡ଼ ସୂଚନା ଦେଲେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ କିସ୍ତି ନେଇ ଉପମୁଖ୍ୟମନ୍ତ୍ରୀଙ୍କ ମନ୍ତବ୍ୟ ଦେଇ କହିଛନ୍ତି ବର୍ତ୍ତମାନ ପାଇଁ ଚତୁର୍ଥ ପର୍ଯ୍ୟାୟ କିସ୍ତି ପ୍ରଦାନକୁ ସ୍ଥଗିତ ରଖାଯାଇଛି।

ଅଦ୍ୟତନ ହୋଇଛି
Pravati Parida On Subhadra Yojana Odisha

Subhadra Yojana

Advertisment

‘ସୁଭଦ୍ରା’ ଯୋଜନାକୁ ନେଇ ଆସିଲା ବଡ଼ ଖବର। ‘ସୁଭଦ୍ରା’ ଯୋଜନାକୁ ନେଇ ବଡ଼ ସୂଚନା ଦେଲେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ କିସ୍ତି ନେଇ ଉପମୁଖ୍ୟମନ୍ତ୍ରୀଙ୍କ ମନ୍ତବ୍ୟ ଦେଇ କହିଛନ୍ତି ଯେ ବର୍ତ୍ତମାନ ପାଇଁ ଚତୁର୍ଥ ପର୍ଯ୍ୟାୟ କିସ୍ତି ପ୍ରଦାନକୁ ସ୍ଥଗିତ ରଖାଯାଇଛି। ଯାଞ୍ଚ ପ୍ରକ୍ରିୟା ଚାଲିଥିବାରୁ ଚତୁର୍ଥ ପର୍ଯ୍ୟାୟ ସ୍ଥଗିତ ରହିଛି । ସବୁ ପ୍ରକାର ଯାଞ୍ଚ ସରିଲେ, ଚତୁର୍ଥ ପର୍ଯ୍ୟାୟ ଟଙ୍କା ପ୍ରଦାନ କରାଯିବ ବୋଲି କହିଛନ୍ତି ଉପ-ମୁଖ୍ୟମନ୍ତ୍ରୀ। ୩୦ ତାରିଖ ସୁଦ୍ଧା ସବୁ ପ୍ରକାର ଯାଞ୍ଚ ସରିବା ଆଶା ରହିଛି ବୋଲି କହିଛନ୍ତି। 

Advertisment

ତେବେ ଚଳିତ ମାସ ଡିସେମ୍ବର ୨୫ ତାରିଖରେ ମିଳିବାର ଥିଲା ‘ସୁଭଦ୍ରା’ ଟଙ୍କା। ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ମିଳିବାର ଥିଲା ଏଇ ୨୫ ତାରିଖରେ । ଏନେଇ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ମଧ୍ୟ ସୂଚନା ଦିଆଯାଇଥିଲା । 

ଅଧିକ ପଢନ୍ତୁ: ଶୀତୁଆ ସକାଳରେ ହସୁଛି ପାହାଡ଼; ମନରୋମ ଦୃଶ୍ୟକୁ ଉପଭୋଗ କରୁଛନ୍ତି ପ୍ରକୃତି ପ୍ରେମୀ

Advertisment

ତୃତୀୟ ପର୍ଯ୍ୟାୟ ସୁଦ୍ଧା ରାଜ୍ୟର ମୋଟ ୮୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ୫ ହଜାର ଟଙ୍କା ଲେଖାଏଁ ପ୍ରଥମ କିସ୍ତି ଅର୍ଥ ପ୍ରଦାନ କରାଯାଇସାରିଛି । ଡିସେମ୍ବର ୧ ତାରିଖ ସୁଦ୍ଧା ସୁଭଦ୍ରା ପାଇଁ ମୋଟ ୧ କୋଟି ୫ ଲକ୍ଷ ୩୬ ହଜାର ୬୧୨ ଜଣ ମହିଳା ଆବେଦନ କରିସାରିଛନ୍ତି । ସମସ୍ତ ପ୍ରକ୍ରିୟାର ସୁବ୍ୟବସ୍ଥା ଓ ଯାଞ୍ଚ ପ୍ରକ୍ରିୟାର ଅଗ୍ରଗତି ସମ୍ପର୍କରେ ଉନ୍ନୟନ କମିଶନର ଅନୁ ଗର୍ଗ, ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ଶୁଭା ଶର୍ମାଙ୍କ ଉପସ୍ଥିତିରେ ଅନୁଧ୍ୟାନ କରାଯାଇଥିଲା । ବୈଠକରେ ସୁଭଦ୍ରା ଆବେଦନ ଯାଞ୍ଚ ପାଇଁ ଗଠିତ କ୍ଷେତ୍ରସ୍ତରୀୟ ଟିମମାନଙ୍କର କାର୍ଯ୍ୟର ଅଗ୍ରଗତି ସଂପର୍କରେ ସମୀକ୍ଷା କରାଯାଇଥିଲା ।

ସୂଚନା ଅନୁସାରେ ନଭେମ୍ବର ୨୪ରେ ସୁନ୍ଦରଗଡ଼ରେ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟରେ ମହିଳାଙ୍କ ଆକାଉଣ୍ଟକୁ ସୁଭଦ୍ରା ଟଙ୍କା ପଠାଇଥିଲେ ମୁଖ୍ୟମନ୍ତ୍ରୀ । ସିଧାସଳଖ୨୦ ଲକ୍ଷରୁ ଅଧିକ ମହିଳାଙ୍କ ଖାତାକୁ ଯାଇଥିଲା ସୁଭଦ୍ରା ଟଙ୍କା। ଏହି ଅବସରରେ ପୂର୍ବ ସରକାରକୁ ଟାର୍ଗେଟ୍ କରି କହିଥିଲେ, ଖାଲି ମିଶନ ଶକ୍ତି ଗଠନ କରି ପ୍ରଚାର କରୁଥିଲେ, ମହିଳାଙ୍କୁ ଆମେ ସ୍ୱାବଲମ୍ବୀ କରିବୁ। ଏବେ ବି ଅନେକ ମହିଳା ଆବେଦନ କରି ସହାୟତା ଅପେକ୍ଷାରେ ଅଛନ୍ତି। ଡିସେମ୍ବରରେ ଚତୁର୍ଥ ପର୍ଯ୍ୟାୟରେ ଆଉ ୨୦ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ଦେଇ କୋଟିଏ ହିତାଧିକାରୀଙ୍କୁ ସାମିଲ କରିବାକୁ ସ୍ଥିର କରିଛି ବିଭାଗ ।

Advertisment

ସୁଭଦ୍ରା ଯୋଜନାକୁ ନେଇ ନଭେମ୍ବର ୨୬ରେ ବଡ଼ ସୂଚନା ଦେଇଥିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଆସନ୍ତା ବର୍ଷ ମାର୍ଚ୍ଚ ୭ 'ସୁଭଦ୍ରା' ଆବେଦନର ଡେଡଲାଇନ୍ । ୨୦୨୫ ମାର୍ଚ୍ଚ ୭ 'ସୁଭଦ୍ରା' ପ୍ରଥମ କିସ୍ତି ଆବେଦନର ଶେଷ ତାରିଖ । ଏନେଇ ସୂଚନା ଦେଇଥିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ମାର୍ଚ୍ଚ ୮ ମହିଳା ଦିବସରେ ଦ୍ବିତୀୟ କିସ୍ତି ସୁଭଦ୍ରା ଟଙ୍କା ମିଳିବ । ବର୍ତ୍ତମାନ ସୁଦ୍ଧା ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟରେ ମହିଳାଙ୍କ ଆକାଉଣ୍ଟକୁ ସୁଭଦ୍ରା ଟଙ୍କା ପଠାଯାଇଛି । ୩ଟି ପର୍ଯ୍ୟାୟରେ ମୋଟ୍‌ ୮୦ ଲକ୍ଷ ୩୫ ହଜାର ମହିଳାଙ୍କୁ ସୁଭଦ୍ରା ସହାୟତା ରାଶି ମିଳିସାରିଲାଣି । ଡିସେମ୍ବରରେ ଚତୁର୍ଥ ପର୍ଯ୍ୟାୟରେ ଆଉ ୨୦ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ଦେଇ କୋଟିଏ ହିତାଧିକାରୀଙ୍କୁ ସାମିଲ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି ।

ଅଧିକ ପଢନ୍ତୁ: କାହିଁକି ବିଷ୍ଣୁପଦଙ୍କୁ ଭେଟିବାକୁ ଚାହୁଁଥିଲେ ଚଞ୍ଚଲ ମୁଖାର୍ଜୀ ? ହୋଇଥିଲା କି ବଡ଼ ଡିଲ୍‌ ? 

Odisha News Subhadra
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ