/odishatv-khabar/media/post_attachments/uploadimage/library/16_9/16_9_0/IMAGE_1727589482.jpg)
Subhadra Yojana
ଅକ୍ଟୋବର ୯ରେ ଆସିବ ଦ୍ବିତୀୟ ପର୍ଯ୍ୟାୟ 'ସୁଭଦ୍ରା' ଟଙ୍କା । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କୁ ଦିଆଯିବ । ବାରିପଦାରେ ଆୟୋଜିତ ସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ପ୍ରଦାନ କରିବେ । ସୂଚନା ଅନୁସାରେ ୧୭ ତାରିଖ ଦିନ ସୁଭଦ୍ରା ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେଦିନ ୨୫ ଲକ୍ଷରୁ ଅଧିକ ମହିଳାଙ୍କୁ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଟଙ୍କା ମିଳିଥିଲା । ଏବେ ଆବେଦନ ୯୨ ଲକ୍ଷ ଟପିଥିବା ବେଳେ ବହୁ ହିତାଧିକାରୀ ପ୍ରଥମ ସୁଭଦ୍ରା କିସ୍ତି ଅପେକ୍ଷାରେ ରହିଛନ୍ତି ।
ସେପଟେ ସୁଭ୍ରଦା ଯୋଜନାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସେପ୍ଟେମ୍ବର ୨୫ରେ କହିଥିଲେ ଯେ, ଆଗକୁ ଆସୁଛି ମହିଳାମାନଙ୍କ ଉତ୍ସବ। ସେ ପର୍ବ ଅବସରରେ ଆଉ ୨୫ ଲକ୍ଷ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା । ଏଥିସହ ପର୍ଯ୍ୟାୟ କ୍ରମେ ୧ କୋଟି ମହିଳାଙ୍କୁ ଯୋଜନାରେ ସାମିଲ କରାଯିବ ବୋଲି ସେ କହିଥିଲେ ।
ଅନ୍ୟପକ୍ଷରେ ସପ୍ତାହକ ଭିତରେ ୧ କୋଟି ଛୁଇଁବ ‘ସୁଭଦ୍ରା’ ଆବେଦନ ସଂଖ୍ୟା । ଏଯାଏଁ ୯୨ ଲକ୍ଷ ଆବେଦନ କରିସାରିଲେଣି । E-KYC ପାଇଁ ଟିକେ ସମୟ ଲାଗୁଛି । ତେବେ ମାର୍ଚ୍ଚ ୮ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ଦିଆଯିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। କିଏ ଆଗ ଓ କିଏ ପରେ ପାଉଛି। କିନ୍ତୁ ସମସ୍ତେ ନିଶ୍ଚିତ ସୁଭଦ୍ରା ଟଙ୍କା ପାଇବେ ବୋଲି ସେ କହିଛନ୍ତି।
#ଅକ୍ଟୋବର_୯ରେ_ଆସିବ_ସୁଭଦ୍ରା_ଟଙ୍କା
ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବଡ଼ ଘୋଷଣା । ଅକ୍ଟୋବର ୯ରେ ଆସିବ ଦ୍ବିତୀୟ ପର୍ଯ୍ୟାୟ 'ସୁଭଦ୍ରା' ଟଙ୍କା ।#subhadrayojana#OTVpic.twitter.com/5GUeXtyTz6— ଓଟିଭି (@otvkhabar) September 29, 2024
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)