Advertisment

Subhadra Yojana: ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ମାର୍ଚ୍ଚ ୭ 'ସୁଭଦ୍ରା' ପ୍ରଥମ କିସ୍ତି ଆବେଦନର ଶେଷ ତାରିଖ

ଡିସେମ୍ବରରେ ଚତୁର୍ଥ ପର୍ଯ୍ୟାୟରେ ଆଉ ୨୦ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ଦେଇ କୋଟିଏ ହିତାଧିକାରୀଙ୍କୁ ସାମିଲ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି ।

author-image
Santosh Kumar Sahoo
ଅଦ୍ୟତନ ହୋଇଛି
ସୁଭଦ୍ର ଆବେଦନର ଶେଷ ତାରିଖ

ସୁଭଦ୍ର ଆବେଦନର ଶେଷ ତାରିଖ

ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ଼ ଅପଡେଟ୍ । ଆସନ୍ତାବର୍ଷ ମାର୍ଚ୍ଚ ୭ 'ସୁଭଦ୍ରା' ଆବେଦନର ଡେଡଲାଇନ୍ । ୨୦୨୫ ମାର୍ଚ୍ଚ ୭ 'ସୁଭଦ୍ରା' ପ୍ରଥମ କିସ୍ତି ଆବେଦନର ଶେଷ ତାରିଖ । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ମାର୍ଚ୍ଚ ୮ ମହିଳା ଦିବସରେ ଦ୍ବିତୀୟ କିସ୍ତି ସୁଭଦ୍ରା ଟଙ୍କା ମିଳିବ । ବର୍ତ୍ତମାନ ସୁଦ୍ଧା ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟରେ ମହିଳାଙ୍କ ଆକାଉଣ୍ଟକୁ ସୁଭଦ୍ରା ଟଙ୍କା ପଠାଯାଇଛି । ୩ଟି ପର୍ଯ୍ୟାୟରେ ମୋଟ୍‌ ୮୦ ଲକ୍ଷ ୩୫ ହଜାର ମହିଳାଙ୍କୁ ସୁଭଦ୍ରା ସହାୟତା ରାଶି ମିଳିସାରିଲାଣି । ଡିସେମ୍ବରରେ ଚତୁର୍ଥ ପର୍ଯ୍ୟାୟରେ ଆଉ ୨୦ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ଦେଇ କୋଟିଏ ହିତାଧିକାରୀଙ୍କୁ ସାମିଲ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି ।

Advertisment

ସେପଟେ ହିତାଧିକାରୀଙ୍କୁ ବ୍ୟାଙ୍କରେ ଅଯଥା ଭିଡ଼ ନଜମାଇବାକୁ ପରାମର୍ଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ । ଅନ୍ୟପଟେ ମାଲକାନଗିରିର ବଣ୍ଡାଘାଟିରେ ମହିଳା ପାଖକୁ ବିଭାଗୀୟ ଅଧିକାରୀ ଯାଇ ଫିଜିକାଲ ଭେରିଫିକେସନ୍ କରିବାକୁ ଉପମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଅଧିକ ପଢ଼ନ୍ତୁ: ଏଠି ବିକାଶ ତ ଅପହଞ୍ଚ! ସୁଭଦ୍ରା ଯୋଜନାର ଗତି ମଧ୍ୟ ମନ୍ଥର ..

ସୂଚନା ଅନୁସାରେ ନଭେମ୍ବର ୨୪ରେ ସୁନ୍ଦରଗଡ଼ରେ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟରେ ମହିଳାଙ୍କ ଆକାଉଣ୍ଟକୁ ସୁଭଦ୍ରା ଟଙ୍କା ପଠାଇଛନ୍ତି ମୁଖ୍ୟମନ୍ତ୍ରୀ । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ମନ୍ତ୍ରୀ ରବି ନାଏକଙ୍କ ଉପସ୍ଥିତିରେ ହିତାଧିକାରୀ ପାଇଛନ୍ତି ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା । ଖାଲି ସୁନ୍ଦରଗଡ଼ ଜିଲ୍ଲାରେ ୯୦ ହଜାର ମହିଳାଙ୍କ ପାଖକୁ ଯାଇଥିଲା ଟଙ୍କା । ସୁଭଦ୍ରା ଟଙ୍କା ପାଇବା ପରେ ମାସ ମାସ ଧରି ଧରି ଆବେଦନ କରି ଅପେକ୍ଷାରେ ଥିବା ମହିଳାମାନେ ଖୁସି ପ୍ରକାଶ କରିଛନ୍ତି। ବଡ଼ କଥା ହେଲା ଏହି ପର୍ଯ୍ୟାୟରେ ବାଦ୍ ପଡିଥିବା ସମସ୍ତ ଅଙ୍ଗନୱାଡି କର୍ମୀଙ୍କୁ ମିଳିଛି ସୁଭଦ୍ରା ସହାୟତା। ସେହିପରି ରିଜେକ୍ଟ ହୋଇଥିବା ୨ ଲକ୍ଷ ୬୭ ହଜାର ଆବେଦନରୁ ୨୫ ପ୍ରତିଶତ ମହିଳାଙ୍କୁ ମଧ୍ୟ ଯୋଜନାରେ ସାମିଲ କରାଯାଇଛି।

Advertisment

ଏହି ଅବସରରେ ପୂର୍ବ ସରକାରକୁ ଟାର୍ଗେଟ୍ କରି ମୁଖ୍ୟମନ୍ତ୍ରୀ କହିଥିଲେ, ଖାଲି ମିଶନ ଶକ୍ତି ଗଠନ କରି ପ୍ରଚାର କରୁଥିଲେ, ମହିଳାଙ୍କୁ ଆମେ ସ୍ୱାବଲମ୍ବୀ କରିବୁ। ଏବେ ବି ଅନେକ ମହିଳା ଆବେଦନ କରି ସହାୟତା ଅପେକ୍ଷାରେ ଅଛନ୍ତି। ଡିସେମ୍ବରରେ ଚତୁର୍ଥ ପର୍ଯ୍ୟାୟରେ ଆଉ ୨୦ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ଦେଇ କୋଟିଏ ହିତାଧିକାରୀଙ୍କୁ ସାମିଲ କରିବାକୁ ସ୍ଥିର କରିଛି ବିଭାଗ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଅଧିକ ପଢ଼ନ୍ତୁ: ଆଜିଠୁ ବିଧାନସଭା ଶୀତ ଅଧିବେଶନ; ଶାସକ ଦଳକୁ ଘେରିବାକୁ ପ୍ରସ୍ତୁତ ବିରୋଧୀ

ସେପଟେ ଏବେ ବି ବଢୁଛି ସୁଭଦ୍ରା ଆବେଦନ ସଂଖ୍ୟା । ଏବେ ସୁଦ୍ଧା କୋଟିଏ ୧୬ ହଜାର ମହିଳା ସୁଭଦ୍ରା ପାଇଁ ଆବେଦନ କରିଥିବା ବେଳେ ୩ଟି ପର୍ଯ୍ୟାୟରେ ୮୦ ଲକ୍ଷ ୩୫ ହଜାର ମହିଳାଙ୍କୁ ସୁଭଦ୍ରା ସହାୟତା ରାଶି ମିଳିସାରିଲାଣି । ବାକି ମହିଳାଙ୍କୁ ଡିସେମ୍ବରରେ ଚତୁର୍ଥ ପର୍ଯ୍ୟାୟରେ ମିଳିବ ପ୍ରଥମ କିସ୍ତି। ୨୦୨୪ ସୁଦ୍ଧା କୋଟିଏ ମହିଳାଙ୍କୁ ଏହି ଯୋଜନାରେ ସାମିଲ କରାଯିବ। ପରବର୍ତ୍ତୀ ସମୟରେ ଜାନୁଆରୀ ଏବଂ ଫେବ୍ରୁଆରୀରେ ଆବେଦନ କଲେ ମାର୍ଚ୍ଚ୮ ରେ ଏକା ବେଳକେ ଦୁଇଟି କିସ୍ତି ପାଇବେ ଯୋଗ୍ୟ ମହିଳା ।

Odisha Subhadra
Advertisment
Advertisment