/odishatv-khabar/media/post_attachments/uploadimage/library/16_9/16_9_0/IMAGE_1724410495.jpg)
Subhadra Yojana
ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ଼ ଖବର । ବିଧାନସଭାରେ ଆସିଲା ‘ସୁଭଦ୍ରା’ ଯୋଜନାର SOP । ଏସ୍ଓପି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କାଲି କ୍ୟାବିନେଟ୍ରେ ସୁଭଦ୍ରା ଯୋଜନାର SOP ପାରିତ ହୋଇଥିବା କହିଲେ ମୁଖ୍ୟମନ୍ତ୍ରୀ । ୨୧ରୁ ୬୦ ବର୍ଷର ମହିଳାଙ୍କୁ ମିଳିବ ସୁଭଦ୍ରା ସହାୟତା । ୨୧ରୁ ୬୦ ବର୍ଷ ମହିଳାଙ୍କ ଆକାଉଣ୍ଟକୁ ୫ ହଜାର ଟଙ୍କା ଯିବ । ଡିବିଟି ମାଧ୍ୟମରେ ମହିଳାଙ୍କ ଆକାଉଣ୍ଟକୁ ଯିବ ଏହି ଟଙ୍କା । ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମା ଓ ମହିଳା ଦିବସରେ ସୁଭଦ୍ରା ଯୋଜନାରେ ଟଙ୍କା ଦିଆଯିବ । ପ୍ରତିବର୍ଷ ୨ ଥର ୫ ବର୍ଷ ଯାଏ ସହାୟତା ରାଶି ଦିଆଯିବ । ଏହି ଯୋଜନାରେ ରାଜ୍ୟର ୧ କୋଟିରୁ ଅଧିକ ମହିଳା ଉପକୃତ ହେବେ ।
ସୁଭଦ୍ରା ଯୋଜନା ପାଇଁ କିଭଳି ଆବେଦନ କରିବେ କହିଲେ ସରକାର । ଅଙ୍ଗନବାଡ଼ି କେନ୍ଦ୍ର, ବ୍ଲକ କାର୍ଯ୍ୟାଳୟରେ ଆବେଦନ କରିହେବ । ସେହିପରି ମୋ ସେବା କେନ୍ଦ୍ର, ଜନ ସେବା କେନ୍ଦ୍ରରେ ମଧ୍ୟ ମହିଳାମାନେ ଆବେଦନ କରିପାରିବେ । ଏସବୁ ଜାଗାରେ ମାଗଣାରେ ଫର୍ମ ମିଳିବ। ସୁଭଦ୍ରା ପାଇଁ ଏକ କଲ୍ ସେଣ୍ଟର ମଧ୍ୟ କାର୍ଯ୍ୟକ୍ଷମ ହେବ ବୋଲି ମଧ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି ।
ତେବେ କେଉଁମାନେ ସୁଭଦ୍ରା ଯୋଜନାରେ ସହାୟତା ପାଇବେନି ସେନେଇ ସ୍ପଷ୍ଟ କଲେ ସରକାର । ଆର୍ଥିକ ସ୍ବଚ୍ଛଳ ବର୍ଗର ମହିଳା ପାଇବେନି ସୁଭଦ୍ରା ସହାୟତା । ସେହିପରି ସରକାରୀ ଚାକିରି କରୁଥିବା ମହିଳା, ଆୟକର ପ୍ରଦାନ କରୁଥିବା ମହିଳା, ଅନ୍ୟ ସରକାରୀ ଯୋଜନାରେ ସହାୟତା ପାଉଥିବା ମହିଳାମାନଙ୍କୁ ମିଳିବନି ସୁଭଦ୍ରା ସହାୟତା । ମାସିକ ୧୫ଶହ ବା ବାର୍ଷିକ ୧୮ ହଜାର ପାଉଥିଲେ ବି ମିଳିବନି ‘ସୁଭଦ୍ରା’ ଟଙ୍କା ।
#ସୁଭଦ୍ରା_ବର୍ଷକୁ_ମିଳିବ_୧୦_ହଜାର
ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ଼ ଖବର । ବିଧାନସଭାରେ ଆସିଲା ‘ସୁଭଦ୍ରା’ ଯୋଜନାର SOP । ଏସ୍ଓପି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । #Odisha#SubhadraYojana#SOP#MohanMajhi#OTVpic.twitter.com/bBtBQssJGP— ଓଟିଭି (@otvkhabar) August 23, 2024
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)