/odishatv-khabar/media/post_attachments/uploadimage/library/16_9/16_9_0/IMAGE_1723535055.jpg)
subhadra yojana
ସୁଭଦ୍ରା ଯୋଜନା SOP ନେଇ ମୁହଁ ଖୋଲିଲେ ଉପମୁଖ୍ୟମନ୍ତ୍ରୀ । ସାଧାରଣ ଲୋକଙ୍କ ମତାମତ ପରେ ସୁଭଦ୍ରା SOP ସାର୍ବଜନୀନ ହେବ । ଯୋଜନାରେ କିଏ ଉପକୃତ ହେବେ ଓ କିଏ ପାଇବେନି ତାର ସ୍ପଷ୍ଟ ଚିତ୍ର ରହିବ। ତେବେ ଆସନ୍ତା ସେପ୍ଟେମ୍ବର ୧୭ରେ ସୁଭଦ୍ରା ଯୋଜନା ରାଜ୍ୟରେ ଲାଗୁ ହେବ ବୋଲି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ।
ସୁଭଦ୍ରା ଯୋଜନା ନେଇ ଲୋକଙ୍କ ମଧ୍ୟରେ ନାହିଁ ନଥିବା ଉତ୍କଣ୍ଠା ରହିଛି। ତେବେ ସାଧାରଣ ଲୋକଙ୍କ ମତାମତ ପରେ ସୁଭଦ୍ରା SOP ସାର୍ବଜନୀନ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ସେପ୍ଟେମ୍ବର ୧୭ତାରିଖରେ ହୋଇଥିବାରୁ ସେହିଦିନ ହିଁ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାକୁ କାର୍ଯ୍ୟକାରୀ କରିବେ। ତେଣୁ ମହିଳାଙ୍କୁ ଭ୍ରମିତ ନହେବାକୁ ଅପିଲ୍ କରିଛନ୍ତି ଉପମୁଖ୍ୟମନ୍ତ୍ରୀ।
ଅଧିକ ପଢ଼ନ୍ତୁ: ପହଣ୍ଡି ବେଳେ ବଡ଼ ଠାକୁର ତଳେ ପଡ଼ିଯିବା ଘଟଣା: ୩ ଜଣିଆ କମିଟିର ତଦନ୍ତ ଆରମ୍ଭ
ସେପ୍ଟେମ୍ବର ୧୭ରେ ପ୍ରଧାନମନ୍ତ୍ରୀଙ୍କ ଦ୍ବାରା ହିତାଧିକାରୀଙ୍କୁ ଏହା ପ୍ରଦାନ କରାଯିବ। ସୁଭଦ୍ରା ଯୋଜନା ପାଇଁ SOP ପ୍ରସ୍ତୁତ ସରିଛି, ଲୋକଙ୍କ ମତାମତକୁ ଅପେକ୍ଷା କରାଯାଇଛି। ସାରା ରାଜ୍ୟରେ ୧୦ଟି କ୍ଲଷ୍ଟରରେ ଲୋକମାନଙ୍କଠାରୁ ମତାମତ ନିଆଯାଉଛି। ଲୋକମାନେ ଯାହା ମତାମତ ଦେବେ, ସେହି ହିସାବରେ ସଂଶୋଧନ ହେବ ବୋଲି ସେ କହିଛନ୍ତି। ତେବେ ଅଗଷ୍ଟ ୧୪ ତାରିଖ ସୁଦ୍ଧା ଜିଲ୍ଲାପାଳମାନଙ୍କ ଠାରୁ ଫିଡବ୍ୟାକ୍ ରିପୋର୍ଟ ଆସିବ। ଲୋକଙ୍କ ମତ ପରେ SOPରେ ସଂଶୋଧନ ହୋଇ ସାର୍ବଜନୀନ ହେବ।
#ଲୋକଙ୍କ_ମତ_ପରେ_ସୁଭଦ୍ରା_ଏସ୍ଓପି- ପ୍ରଭାତୀ
ସୁଭଦ୍ରା ଯୋଜନା ସମ୍ପର୍କରେ ବଡ଼ ଖବର। ସାଧାରଣ ଲୋକଙ୍କ ମତାମତ ପରେ ସୁଭଦ୍ରା SOP ସାର୍ବଜନୀନ ହେବ ବୋଲି ଆଜି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସାରା ରାଜ୍ୟରେ ୧୦ଟି କ୍ଲଷ୍ଟରରେ ଲୋକମାନଙ୍କଠାରୁ ମତାମତ ନିଆଯାଉଛି।#SubhadraYojana#PravatiParida#OTVpic.twitter.com/pQml0LBAFq— ଓଟିଭି (@otvkhabar) August 13, 2024
ସୂଚନଯୋଗ୍ୟ, ବିଜେପି ସରକାର ରାଜ୍ୟରେ ସୁଭଦ୍ରା ଯୋଜନାରେ ପ୍ରତ୍ୟେକ ମହିଳାଙ୍କୁ ଦୁଇବର୍ଷ ପାଇଁ ୫୦ହଜାର ଟଙ୍କାର ଭାଉଚର ଯୋଗାଇ ଦେବେ । ଯାହାକୁ ମହିଳାମାନେ ନିଜର ଇଚ୍ଛା ଓ ଆବଶ୍ୟକତା ଅନୁସାରେ ଖର୍ଚ୍ଚ କରିପାରିବେ । ସେପ୍ଟେମ୍ବର ୧୭ରେ ୫ଲକ୍ଷ ମହିଳାଙ୍କୁ ଏହି ଯୋଜନାର ଭାଉଚର ଯୋଗାଇ ଦିଆଯିବ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)