ଆଡ଼ପ ମଣ୍ଡପ ଅଘଟଣ: ଗଠନ ହେବ ସମନ୍ୱୟ ଟିମ୍, ଆରମ୍ଭ ହେବ ଶ୍ରୀମନ୍ଦିର FM ରେଡିଓ

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି । ଆଡ଼ପ ମଣ୍ଡପ ବିଜେ ଅଘଟଣ ପୁନରାବୃତ୍ତି ନହେବା ଉପରେ ଗୁରୁତ୍ୱ ଦିଆଯାଇଛି ।

Sri Mandir FM

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି । ଆଡ଼ପ ମଣ୍ଡପ ବିଜେ ଅଘଟଣ ପୁନରାବୃତ୍ତି ନହେବା ଉପରେ ଗୁରୁତ୍ୱ ଦିଆଯାଇଛି । ଆଡ଼ପ ମଣ୍ଡପ ବିଜେ ଅଘଟଣର ପୁଣି ସମୀକ୍ଷା କରାଯିବ । ଆଡ଼ପ ପହଣ୍ଡି ଅଘଟଣ ରିପୋର୍ଟ ଅସଂପୂର୍ଣ୍ଣ ଥିବା କହିଲା ପରିଚାଳନା କମିଟି । ଶ୍ରୀମନ୍ଦିର ପରିଚାଳନା କମିଟି ମିଟିଂ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସୂଚନା ଦେଇଛନ୍ତି ।

ଅଧିକ ପଢ଼ନ୍ତୁ: ଆନନ୍ଦ ବଜାରରେ ଭକ୍ତଙ୍କୁ ଆଉ ହେବନି ଅସୁବିଧା, ହେବେନି ଠକାମୀର ଶିକାର !

ଗଠନ କରାଯିବ ପହଣ୍ଡି ସମନ୍ୱୟ ଟିମ୍ । ପରିଚାଳନା କମିଟି ବୈଠକ ପରେ ଏହି ସୂଚନା ଦେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ କହିଛନ୍ତି, ରିପୋର୍ଟ ଅସଂପୂର୍ଣ୍ଣ ରହିଛି । ଆଉଥରେ ତର୍ଜମା କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ୩ ଜଣିଆ କମିଟି ଆଜି ୯ଟି ପଏଣ୍ଟରେ ତାଙ୍କ ରିପୋର୍ଟ ଦେଇଥିଲେ ।

୯ଟି ପଏଣ୍ଟରୁ ୮ଟି ପଏଣ୍ଟରେ ସହମତି ପ୍ରକାଶ ପାଇଥିଲା । ତେବେ ଆଉଥରେ ତର୍ଜମା କରି ରିପୋର୍ଟ ଦେବାକୁ କମିଟିକୁ କୁହାଯାଇଛି । ଭବିଷ୍ୟତରେ ଯେଭଳି ଏମିତି ଅଘଟଣ ନଘଟିବ, ସେଥିପ୍ରତି ଗୁରୁତ୍ୱାରୋପ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ।

ସେପଟେ ଶ୍ରୀମନ୍ଦିର ନାଟ ମଣ୍ଡପରେ ଏୟାର କଣ୍ଡିସନ ବ୍ୟବସ୍ଥା ହେବ । ଶ୍ରୀମନ୍ଦିର ପରିଚାଳନା କମିଟି ମିଟିଂ ପରେ ମୁଖ୍ୟ ପ୍ରଶାସକ ଏନେଇ ସୂଚନା ଦେଇଛନ୍ତି । ଭକ୍ତମାନଙ୍କ ସହଜ ଦର୍ଶନ ପାଇଁ ବ୍ୟବସ୍ଥା ଗ୍ରହଣ କରାଯିବ । ମହିଳାଙ୍କ ପାଇଁ ଅଲଗା, ପୁରୁଷଙ୍କ ପାଇଁ ଅଲଗା ଧାଡ଼ି କରାଯିବ । ନାଟ ମଣ୍ଡପରେ ଥିବା ଆଲମୀରା କାଢ଼ି ଦିଆଯିବ । ସେବାୟତଙ୍କ ସହ ଆଲୋଚନା କରାଯାଇ ଆଲମୀରା କଢ଼ାଯିବ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ।

ସେପଟେ ଶ୍ରୀମନ୍ଦିର ପକ୍ଷରୁ ନିଜସ୍ୱ ଏଫ୍‌ଏମ୍‌ ରେଡିଓ ମଧ୍ୟ ଚାଲିବ । ଏଫ୍ଏମ୍‌ ନେଇ ଶ୍ରୀମନ୍ଦିର ପରିଚାଳନା କମିଟି ମିଟିଂରେ ନିଷ୍ପତ୍ତି ହୋଇଛି । ଏନେଇ ବିସ୍ତୃତ ଆଲୋଚନା ପରେ ପଦକ୍ଷେପ ନିଆଯିବ । ସେହିପରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମି ରେକର୍ଡର ଡିଜିଟାଇଜେସନ ହେବ । ଓରସାକ ସହାୟତାରେ ସମସ୍ତ ଜମି ରେକର୍ଡ ଡିଜିଟାଇଜେସନ ହେବ ବୋଲି ଜଣାପଡ଼ିଛି ।