/odishatv-khabar/media/post_attachments/uploadimage/library/16_9/16_9_0/IMAGE_1722761005.jpg)
Flood in Odisha
ଖୋଲିଲା ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ୍। ହୀରାକୁଦରୁ ମୋଟ୍ ୧୦ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ତଥାପି ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କୌଣସି ବନ୍ୟା ପରିସ୍ଥିତି କିମ୍ବା ଉଦବେଗଜନକ ସ୍ଥିତି ଉପୁଜି ନାହିଁ । ନଦୀ ଗୁଡ଼ିକ ବିପଦ ସଂକେତ ତଳେ ପ୍ରବାହିତ ହେଉଥିବା ସୂଚନା ଦେଇଛନ୍ତି ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଭକ୍ତ ରଞ୍ଜନ ମହାନ୍ତି।
ସେ କହିଛନ୍ତି, କେବଳ ମାଲକାନଗିରି ଜିଲ୍ଲାରେ ଯାହା ଅଧିକ ବର୍ଷା ହେବାରୁ କ୍ଷୟକ୍ଷତି ହୋଇଛି । ଆଜି ସକାଳ ସୁଦ୍ଧା ବୈତରଣୀ, ବୁଢ଼ାବଳଙ୍ଗ ଅପ୍ ଟ୍ରେଣ୍ଡରେ ପାଣି ପ୍ରବାହିତ ହେଉଥିଲେ ବି ବିପଦ ସଂକେତ ତଳେ ରହିଥିବା କହିଛନ୍ତି ସର୍ବୋଚ୍ଚ ଯନ୍ତ୍ରୀ । ହୀରାକୁଦରେ ୬ଟି ଗେଟ୍ ଖୋଲା ଥିଲା । ମହାନଦୀ ଉପର ମୁଣ୍ଡରେ ଯେହେତୁ ଆଭରେଜ୍ ୩୦ ମିଲିମିଟର ଉପରେ ରେନ୍ ଫଲ ହେଇଛି । ତେଣୁ ଆହୁରି ୮ଟି ଗେଟ୍ ଖୋଲିବାକୁ ନିଷ୍ପତ୍ତି ହୋଇଥିବା କହିଛନ୍ତି ସର୍ବୋଚ୍ଚ ଯନ୍ତ୍ରୀ ।
ସେପଟେ ହୀରାକୁଦ ଡ୍ୟାମ୍ ଜଳ ପରିଚାଳନା ନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ । ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ହୋଇଛି । ବୁର୍ଲା ଅଶୋକ ନିବାସ ଠାରେ ଅନୁଷ୍ଠିତ ଏହି ବୈଠକରେ ହୀରାକୁଦ ଡ୍ୟାମ୍ ସମେତ ଝାରସୁଗୁଡା ଏବଂ ସମ୍ବଲପୁରର ଜଳ ସମ୍ପଦ ବିଭାଗ ଅଧିକାରୀ ଯୋଗ ଦେଇଛନ୍ତି। ବିଶେଷ କରି ବନ୍ୟା ନିୟନ୍ତ୍ରଣ, ଜଳ ବିଦ୍ୟୁତ ଉତ୍ପାଦନ ଓ ଛତିଶଗଡ଼ର ଜଳ ସମ୍ପଦ ବିଭାଗ ସହ ତଥ୍ୟ ଆଦାନ ପ୍ରଦାନ ଉପରେ ଆଲୋଚନା କରାଯାଉଥିବା ସୂଚନା ମିଳିଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)