• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Sujit kumar Swain

ଆଉ ମାତ୍ର କେଇ ଘଣ୍ଟାର ଅପେକ୍ଷା। ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି।  ପ୍ରଧାନମନ୍ତ୍ରୀ ମୋଦିଙ୍କ ଭୁବନେଶ୍ବର ଗସ୍ତକୁ ନେଇ କଡ଼ା ସୁରକ୍ଷା ବଳୟରେ ଗାଡ଼କଣ ଗାଁ, ଜନତା ମଇଦାନ ସଭାସ୍ଥଳ ଓ ଏୟାରପୋର୍ଟରୁ କଳିଙ୍ଗ ହସ୍ପିଟାଲ ରାସ୍ତା। ବିମାନବନ୍ଦରରୁ ଜନତା ମୈଦାନ ଓ ଗାଡ଼କଣ ପର୍ଯ୍ୟନ୍ତ ନୋ ଫ୍ଲାଇଂ ଜୋନ୍ ଘୋଷଣା ହୋଇଛି। ପିଏମ୍ ଙ୍କ କାରକେଡ୍ ଯେଉଁବାଟେ ଯିବ ସବୁଠି ବ୍ୟାରିକେଡ୍ ଲାଗିଛି, ପୋଲିସ୍ ମୁତୟନ ହୋଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ପାଇଁ ୮୧ ପ୍ଲାଟୁନ୍ ଫୋର୍ସ ମୁତୟନ ହୋଇଛନ୍ତି। କମିଶନରେଟ୍ ପୋଲିସ ପକ୍ଷରୁ ଟ୍ରାଫିକ ଆଡଭାଇଜରୀ ଜାରି ହୋଇଛି। ସକାଳ ୭ଟା ୩୦ରୁ ଅପରାହ୍ନ ୩ଟା ଯାଏଁ ଜୟଦେବ ବିହାର-ନାଲକୋ ଛକ ରାସ୍ତାରେ କଟକଣା ଜାରି ହୋଇଛି।

ଅଧିକ ପଢନ୍ତୁ : ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି; ନିଜ ଜନ୍ମଦିନରେ କରିବେ ସୁଭଦ୍ରା ଯୋଜନାର ଶୁଭାରମ୍ଭ

ଜାଣନ୍ତୁ କେଉଁ ପଟେ ଆସୁଥିଲେ କେମିତି ଯିବେ ? 

-ଜୟଦେବ ବିହାର-ନାଲକୋ ଛକ-ଜୟଦେବ ବିହାର ରାସ୍ତାରେ କଟକଣା
-ନନ୍ଦନକାନନ-ଜୟଦେବ ବିହାର ଯିବା ପାଇଁ ଡମଣା ଛକରୁ ବାମ ରାସ୍ତାରେ ଯିବେ
-ଡମଣାରୁ କେଳୁଚରଣ ପାର୍କ-ସୈନିକ ସ୍କୁଲ ଦେଇ ଆଚାର୍ଯ୍ୟ ବିହାର ଯିବେ
-ଶିଖରଚଣ୍ଡି-ପଥରଗାଡ଼ିଆ-କଳିଙ୍ଗ ଷୁଡିଓ- ଫାୟାର ଷ୍ଟେସନ ଛକ ଦେଇ ଯିବେ
-ଜୟଦେବ ବିହାରରୁ ନନ୍ଦନକାନନ ଯିବାକୁ ଚାହୁଁଥିବା ଲୋକେ ରାସ୍ତା ପରିବର୍ତ୍ତନ କରିବେ
-ଆଚାର୍ଯ୍ୟ ବିହାର-ସୈନିକ ସ୍କୁଲ- କେଳୁ ଚରଣ ପାର୍କ ଦେଇ ଡମଣାରେ ବାହାରିବେ
-ଫାୟାର ଷ୍ଟେସନ-କଳିଙ୍ଗ ଷ୍ଟୁଡିଓ-ଡିଏନ୍‌ ସ୍କୁଲ-ପଥରଗାଡ଼ିଆ-ଶିଖରଚଣ୍ଡି ହୋଇ ଯିବେ
-କଟକ ପଟୁ ଆସୁଥିଲେ ଏନ୍ଏଚ୍‌ ୩୧୬ ଦେଇ ଭୁବନେଶ୍ବର ଆସିପାରିବେ
-କିମ୍ବା ନନ୍ଦନକାନନ ରାସ୍ତା ଦେଇ ଭୁବନେଶ୍ବର ମଧ୍ୟ ଆସିପାରିବେ
-ବେହେରା ସାହିପଟୁ ଜୟଦେବ ବିହାର ଆଡ଼କୁ ଗାଡ଼ି ଯାଇପାରିବନି
-ବେହେରାସାହି ପଟୁ ଆଚାର୍ଯ୍ୟ ବିହାର କିମ୍ବା ସିଆରପି ଛକ ହୋଇ ଯାଇପାରିବେ
-କଟକ ପଟୁ ଆସୁଥିବା ଗାଡ଼ି ସର୍ଭିସ ରୋଡ୍‌ରେ ଜୟଦେବ ବିହାର ଯାଇପାରିବେ ନାହିଁ
-ବରମୁଣ୍ଡାପଟୁ ଆସିଥିବା ଗାଡି କ୍ରାଉନ ହୋଟେଲ ଠାରୁ ସର୍ଭିସ ରୋଡରେ ଯିବେନି

ମୋଦି ପୂର୍ବାହ୍ନ ୧୦ଟା ୫୦ରେ ଭୁବନେଶ୍ବର ଏୟାରପୋର୍ଟରେ ପହଞ୍ଚିବେ। ଆଜି ନିଜ ଜନ୍ମଦିନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ। ଏଥିପାଇଁ ରାଜଧାନୀର ଜନତା ମୈଦାନରେ କରାଯାଇଛି ଭବ୍ୟ ଆୟୋଜନ। 

ଆକର୍ଷଣୀୟ ଷ୍ଟେଜ ସାଙ୍ଗକୁ 4ଟି ସେଡ୍ କରାଯାଇଛି। ଏଥିରେ ସୁଭଦ୍ରା ହିତାଧିକାରୀ, ଭିଆଇପି, ଭିଭିଆଇପିଙ୍କ ସମେତ ନେତା ,ମନ୍ତ୍ରୀ, ଗଣମାଧ୍ୟମ ପ୍ରତିନିଧି ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀଙ୍କ ବସିବାର ସ୍ବତନ୍ତ୍ର ବ୍ୟବସ୍ଥା ହୋଇଛି। ଖାଦ୍ୟ, ପାନୀୟ, ଶୌଚାଳୟ ସମେତ ପୋଲିସ କଣ୍ଟ୍ରୋଲ ରୁମ୍ ଆଦିର ବ୍ୟବସ୍ଥା ହୋଇଛି। 

ଜନତା ମଇଦାନର 7 ନମ୍ବର ଗେଟ ଦେଇ ପ୍ରଧାନମନ୍ତ୍ରୀଙ୍କ କାର୍କେଡ ପ୍ରବେଶ କରିବ। ସେଥିପାଇଁ ଅସ୍ଥାୟୀ ରାସ୍ତା ମଧ୍ୟ ପ୍ରସ୍ତୁତ ହୋଇଛି। ସାଧାରଣ ଦର୍ଶକ ପ୍ରବେଶ ପାଇଁ ଗାନ୍ଧୀପାର୍କ ସମ୍ମୁଖ ଗେଟ୍ ଦେଇ ପ୍ରବେଶ କରିବା ପାଇଁ ବ୍ୟବସ୍ଥା ହୋଇଛି। ସେହିପରି ଭିଆଇପିଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଜନତା ମଇଦାନର ମୁଖ୍ୟ ଗେଟ ଦେଇ ପ୍ରବେଶ କରିବା ପାଇଁ ବ୍ୟବସ୍ଥା କରାଯାଇଛି।

ଭୁବନେଶ୍ବର ଏୟାରପୋର୍ଟରୁ ସିଧା ଗାଡ଼କଣ ବସ୍ତିକୁ ଯିବେ ପ୍ରଧାନମନ୍ତ୍ରୀ। ସେଠାରେ  ଗାଡକଣ ଗାଁରେ ପିଏମ୍ ଆବାସ ହିତାଧୀକାରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ମୋଦି। ଏହାସହ ଗୋଠପାଟଣା ସ୍ପୋର୍ଟସ ଭ୍ୟାଲିର ବି ଶିଳାନ୍ୟାସ କରିବେ ମୋଦି। ତାସହ ପ୍ରଧାନମନ୍ତ୍ରୀ ୧୦ ଲକ୍ଷ ପିଏମ୍ ଆବାସ ଗ୍ରାମୀଣ ହିତାଧିକାରୀଙ୍କୁ ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିବା ସହ ୨୬ଲକ୍ଷ ପିଏମ୍ ଆବାସ ଗ୍ରାମୀଣ ଏବଂ ସହରାଞ୍ଚଳ ହିତାଧିକାରୀଙ୍କ ଗୃହ ପ୍ରବେଶ କରାଇବେ। ଏହାବାଦ୍ ଦେଶ ଉଦ୍ଦେଶ୍ୟରେ ୨୮ଶହ କୋଟିର ରେଳ ପ୍ରକଳ୍ପ ଜନକଲ୍ୟାଣ ଯୋଜନାର ଶୁଭାରମ୍ଭ କରିବେ। ଏଥିସହ ୧ ହଜାର କୋଟିର ଜାତୀୟ ରାଜପଥ ପ୍ରକଳ୍ପ ମଧ୍ୟ ଲୋକର୍ପଣ କରିବେ ପ୍ରଧାନମନ୍ତ୍ରୀ।

OTV is now on Whatsapp

Join and get latest news update delivered to you via whatsapp

Join Now