/odishatv-khabar/media/post_attachments/uploadimage/library/16_9/16_9_0/IMAGE_1728357641.jpg)
Twin city Traffic
ଦୁର୍ଗାପୂଜା ପାଇଁ ଟୁଇନ ସିଟିରେ ରହିବ ଟ୍ରାଫିକ କଟକଣା। ଆସନ୍ତା ୯ ତାରିଖରୁ ୧୩ ତାରିଖ ଯାଏଁ କଟକ ଏବଂ ଭୁବନେଶ୍ବରରେ ଟ୍ରାଫିକ କଟକଣା ଜାରି ରହିବ। ଏନେଇ ବିଜ୍ଞପ୍ତି ଜାରି କରିଛି କମିଶନରେଟ୍ ପୋଲିସ। କଟକରେ ଅପରାହ୍ନ ୪ରୁ ରାତି ୧ ପର୍ଯ୍ୟନ୍ତ କଟକଣା ଲାଗୁ ହେବ। ସେହିପରି ଭୁବନେଶ୍ବରରେ ଅପରାହ୍ନ ୪ରୁ ରାତି ୨ଟା ପର୍ଯ୍ୟନ୍ତ କଟକଣା ରହିବ।
ଭୁବନେଶ୍ବରରେ ବାଣୀବିହାରରୁ ଶିଶୁଭବନ ଛକ, ରସୁଲଗଡରୁ ଲିଙ୍ଗିପୁର ଛକ, ବରମୁଣ୍ଡରୁ ପଳାଶୁଣୀ ଯାଏ ଉଭୟ ପାର୍ଶ୍ବର ସର୍ଭିସ ରୋଡ୍, ଆଚାର୍ଯ୍ୟ ବିହାରୁ -ଏୟାରପୋର୍ଟ ଛକ, ଆଚାର୍ଯ୍ୟ ବିହାରରୁ କଳିଙ୍ଗ ହସ୍ପିଟାଲ ଛକ, ଜୟଦେବ ବିହାରର ରାଜଭବନ ଏବଂ ନନ୍ଦନକାନ ଛକ ଭଲି ପ୍ରମୁଖ ରାସ୍ତାରେ ଭାରିଯାନ ଚଳାଚଳ ସଂପୂର୍ଣ୍ଣ ବନ୍ଦ ରହିବ ।
କଟକରେ ବି ବିଭିନ୍ ରାସ୍ତା ଜାରି ହେଇଛି କଟକଣା । ମଙ୍ଗଳାବାଗ ଛକ, ଦୋଳମୁଣ୍ଡାଇ, ମାଲଗୋଦାମ ଫାଣ୍ଡି, ଛତ୍ରବଜାର ଅଞ୍ଚଳର ରାସ୍ତା ଓ ତତସଂଲଗ୍ନ ରାସ୍ତାରେ କଟକଣା ଜାରି ହୋଇଛି। ସେହିପରି କଟକରେ ଭସାଣି ପାଇଁ ୧୪ ତାରିଖ ସକାଳ ୭ରୁ ୧୫ ତାରିଖ ଭସାଣି ଶେଷ ଯାଏଁ ଲାଗୁ ହେବ ଟ୍ରାଫିକ କଟକଣା। ସର୍ବସାଧାରଣଙ୍କ ପାଇଁ ବିଜ୍ଞପ୍ତି ଜାରି କରିଛି କମିଶନରେଟ୍ ପୋଲିସ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)