Advertisment

ଦୁର୍ଗାପୂଜା ପାଇଁ ଟୁଇନ ସିଟିରେ ଟ୍ରାଫିକ କଟକଣା; ବିଜ୍ଞପ୍ତି ଜାରି କଲା କମିଶନରେଟ୍ ପୋଲିସ

ଦୁର୍ଗାପୂଜା ପାଇଁ ଟୁଇନ ସିଟିରେ ରହିବ ଟ୍ରାଫିକ କଟକଣା। ଆସନ୍ତା ୯ ତାରିଖରୁ ୧୩ ତାରିଖ ଯାଏଁ କଟକ ଏବଂ ଭୁବନେଶ୍ବରରେ ଟ୍ରାଫିକ କଟକଣା ଜାରି ରହିବ।

ଅଦ୍ୟତନ ହୋଇଛି
Twin city Traffic

Twin city Traffic

Advertisment

ଦୁର୍ଗାପୂଜା ପାଇଁ ଟୁଇନ ସିଟିରେ ରହିବ ଟ୍ରାଫିକ କଟକଣା। ଆସନ୍ତା ୯ ତାରିଖରୁ ୧୩ ତାରିଖ ଯାଏଁ କଟକ ଏବଂ ଭୁବନେଶ୍ବରରେ ଟ୍ରାଫିକ କଟକଣା ଜାରି ରହିବ। ଏନେଇ ବିଜ୍ଞପ୍ତି ଜାରି କରିଛି କମିଶନରେଟ୍ ପୋଲିସ। କଟକରେ ଅପରାହ୍ନ ୪ରୁ ରାତି ୧ ପର୍ଯ୍ୟନ୍ତ କଟକଣା ଲାଗୁ ହେବ। ସେହିପରି ଭୁବନେଶ୍ବରରେ ଅପରାହ୍ନ ୪ରୁ ରାତି ୨ଟା ପର୍ଯ୍ୟନ୍ତ କଟକଣା ରହିବ।

Advertisment

ଭୁବନେଶ୍ବରରେ ବାଣୀବିହାରରୁ ଶିଶୁଭବନ ଛକ, ରସୁଲଗଡରୁ ଲିଙ୍ଗିପୁର ଛକ, ବରମୁଣ୍ଡରୁ ପଳାଶୁଣୀ ଯାଏ ଉଭୟ ପାର୍ଶ୍ବର ସର୍ଭିସ ରୋଡ୍, ଆଚାର୍ଯ୍ୟ ବିହାରୁ -ଏୟାରପୋର୍ଟ ଛକ, ଆଚାର୍ଯ୍ୟ ବିହାରରୁ କଳିଙ୍ଗ ହସ୍ପିଟାଲ ଛକ, ଜୟଦେବ ବିହାରର ରାଜଭବନ ଏବଂ ନନ୍ଦନକାନ ଛକ ଭଲି ପ୍ରମୁଖ ରାସ୍ତାରେ ଭାରିଯାନ ଚଳାଚଳ ସଂପୂର୍ଣ୍ଣ ବନ୍ଦ ରହିବ ।

କଟକରେ ବି ବିଭିନ୍ ରାସ୍ତା ଜାରି ହେଇଛି କଟକଣା । ମଙ୍ଗଳାବାଗ ଛକ, ଦୋଳମୁଣ୍ଡାଇ, ମାଲଗୋଦାମ ଫାଣ୍ଡି, ଛତ୍ରବଜାର ଅଞ୍ଚଳର ରାସ୍ତା ଓ ତତସଂଲଗ୍ନ ରାସ୍ତାରେ କଟକଣା ଜାରି ହୋଇଛି। ସେହିପରି କଟକରେ ଭସାଣି ପାଇଁ ୧୪ ତାରିଖ ସକାଳ ୭ରୁ ୧୫ ତାରିଖ ଭସାଣି ଶେଷ ଯାଏଁ ଲାଗୁ ହେବ ଟ୍ରାଫିକ କଟକଣା। ସର୍ବସାଧାରଣଙ୍କ ପାଇଁ ବିଜ୍ଞପ୍ତି ଜାରି କରିଛି କମିଶନରେଟ୍ ପୋଲିସ।

Advertisment
Twin City Traffic Restriction
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ