Advertisment

Traffic Restrictions: ମହାଶିବରାତ୍ରୀ ପାଇଁ ରାଜଧାନୀରେ ଟ୍ରାଫିକ କଟକଣା; ଜାଣନ୍ତୁ, କେଉଁ ରୁଟ୍‌ରେ ଯିବେ

ଶ୍ରୀଲିଙ୍ଗରାଜଙ୍କ ମହାଶିବରାତ୍ରୀ ଉପଲକ୍ଷେ ଯାନବାହନ ଚଳାଚଳ ତଥା ପଥଚାରୀଙ୍କ ସୁବିଧା ପାଇଁ କମିଶନରେଟ୍ ପୋଲିସ ପକ୍ଷରୁ ଟ୍ରାଫିକ୍ କଟକଣା ଲାଗୁ କରାଯାଇଛି।

author-image
Tapaswini Nayak
ଅଦ୍ୟତନ ହୋଇଛି
lingaraj-temple

lingaraj-temple

ଆସନ୍ତାକାଲି ମହାଶିବରାତ୍ରୀ । ପ୍ରଭୁ ଲିଙ୍ଗରାଜଙ୍କ ଜାଗର ଯାତ୍ରା ପାଇଁ ବ୍ୟାପକ ପ୍ରସ୍ତୁତି ହୋଇଛି। ରାତି ୧୦ଟାରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମହାଦୀପ ଉଠିବ।  ପ୍ରଭୁ ଲିଙ୍ଗରାଜ ସମେତ ବିଭିନ୍ନ ଶୈବପୀଠରେ ଭକ୍ତ ଭିଡ଼ ଜମିବ। ଏଥିପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ରାଜଧାନୀରେ ଲାଗୁ ହୋଇଛି ଟ୍ରାଫିକ କଟକଣା।

Advertisment

ଶ୍ରୀଲିଙ୍ଗରାଜଙ୍କ ମହାଶିବରାତ୍ରୀ ଉପଲକ୍ଷେ ଯାନବାହନ ଚଳାଚଳ ତଥା ପଥଚାରୀଙ୍କ ସୁବିଧା ପାଇଁ କମିଶନରେଟ୍ ପୋଲିସ ପକ୍ଷରୁ ଟ୍ରାଫିକ୍ କଟକଣା ଲାଗୁ କରାଯାଇଛି। ଏହି ସମୟରେ ଯେଭଳି ରାସ୍ତାରେ ଭିଡ଼ ନହୁଏ କିମ୍ବା ଜାମ୍ କୁ ନେଇ କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ନହୁଏ, ତାହା ଉପରେ କମିଶନରେଟ୍ ପୋଲିସ ପକ୍ଷରୁ କଡ଼ା ନଜର ରଖାଯାଇଛି। ରଥ ରୋଡ୍ ଏବଂ ପୁନମାଗେଟ୍ ପଟୁ ଲିଙ୍ଗରାଜ ମନ୍ଦିର ଆଡ଼କୁ ଆସୁଥିବା ଗାଡ଼ି ଗୁଡ଼ିକ ବଢ଼େଇବାଙ୍କ ଛକଠାରୁ ଆଗକୁ ନଯାଇ ବିଏମ୍ ହାଇସ୍କୁଲ ପଡ଼ିଆରେ ପାର୍କିଂ କରିବେ।

ଅଧିକ ପଢ଼ନ୍ତୁ: ଲିଙ୍ଗରାଜଙ୍କ ଜାଗର ନୀତି ନିର୍ଘଣ୍ଟ; ରାତି ୧୦ଟା ମହାଦୀପ ଦର୍ଶନ

ସେହିପରି କେଦାରଗୌରୀ ମନ୍ଦିର ପଟୁ ଓ ସାନିଟାରୀୟମ ଛକ ପଟୁ ଲିଙ୍ଗରାଜ ମନ୍ଦିର ଆଡ଼କୁ ଆସୁଥିବା ଗାଡ଼ିଗୁଡ଼ିକ କୋଟିତୀର୍ଥ ଗଳି ଦେଇ କଚେରୀ ପିଣ୍ଡି ରାସ୍ତାରେ ଯାଇ ତରଙ୍ଗ କ୍ଲବ ପଛପଟେ ଥିବା ଖାଲି ସ୍ଥାନରେ ଗାଡ଼ି ରଖିପାରିବେ। ଅନ୍ୟପକ୍ଷରେ ପାର୍କିଂ ପାଇଁ ୧୨ଟି ସ୍ଥାନ ଚିହ୍ନଟ ହୋଇଛି।

Advertisment

ସମସ୍ତ ନୀତିକାନ୍ତି ଯେପରି ସୂଚାରୁ ରୂପେ ସଂପନ୍ନ ହେବ ଏବଂ ଭକ୍ତ ଯେଭଳି ଶୃଙ୍ଖଳିତ ଭାବେ ଦର୍ଶନ କରିବେ ଓ ଦୀପ ଜାଳିବେ, ସେନେଇ ବହୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଓ ସୁପରିଚାଳନା ପାଇଁ ୩୫ ପ୍ଲାଟୁନ ପୋଲିସ ଫୋର୍ସ ଓ ୨ଶହରୁ ଅଧିକ ପୋଲିସ ଅଧିକାରୀ ନିଯୁକ୍ତ ହେବେ ବୋଲି ପୋଲିସ କମିଶନର କହିଛନ୍ତି।

ଅଧିକ ପଢ଼ନ୍ତୁ: ଜଳିଗଲା ମହାପ୍ରଭୁ ଜଗନ୍ନାଥଙ୍କ ରଥ

Bhubaneswar Mahashivratri Traffic Rules
Advertisment
Advertisment