/odishatv-khabar/media/post_attachments/uploadimage/library/16_9/16_9_0/IMAGE_1724854242.jpg)
Trained dogs
ବନ୍ୟଜନ୍ତୁ ସୁରକ୍ଷା ଦିଗରେ ବଡ଼ ପଦକ୍ଷେପ । ଜଙ୍ଗଲ ଜଗିବେ ସନ୍ଧାନୀ କୁକୁର । ଓଡ଼ିଶାରେ ଥିବା ଅଭୟାରଣ୍ୟ ତଥା ସଂରକ୍ଷିତ ଜଙ୍ଗଲରେ ବନ୍ୟଜନ୍ତୁ ଶିକାର ରୋକିବାକୁ ସନ୍ଧାନୀ କୁକୁର ନିୟୋଜିତ ହେବେ । ଏ ସମ୍ପର୍କରେ ପିସିସିଏଫ୍ ସୁଶାନ୍ତ ନନ୍ଦ ସୂଚନା ଦେଇଛନ୍ତି । ବେଟ୍ ବମ୍ ବା ଶିକାର ପାଇଁ ପକାଯାଇଥିବା ବମ୍ ସନ୍ଧାନ କରିବ କୁକୁର ।
ସେହିପରି ଶିକାର ପାଇଁ ବିଛା ଯାଇଥିବା ତାର ବା ଜନ୍ତା ବି ସନ୍ଧାନ କରିବ ଏହି କୁକୁର । ପ୍ରାରମ୍ଭିକ ପର୍ଯ୍ୟାୟରେ ରାଜ୍ୟର ୫ଟି ବନ୍ୟପ୍ରାଣୀ ବନଖଣ୍ଡରେ ୧୦ଟି ତାଲିମପ୍ରାପ୍ତ ସନ୍ଧାନୀ କୁକୁର ନିୟୋଜିତ କରିବାକୁ ବନ ବିଭାଗ ନିଷ୍ପତ୍ତି ନେଇଛି । ଏହି ୫ ବନଖଣ୍ଡ ହେଲା ଶିମିଳିପାଳ, ସାତକୋଶିଆ, ଡେବ୍ରିଗଡ଼, ହିନ୍ଦୋଳ ଓ ଆଠଗଡ଼। ଏଥିପାଇଁ ସର୍ବଭାରତୀୟ ସ୍ତରରେ ଟେଣ୍ଡର ଆହ୍ବାନ କରାଯିବ। ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରର ସଂସ୍ଥା ଏଥିରେ ସାମିଲ୍ ହୋଇ ସନ୍ଧାନୀ କୁକୁର ଯୋଗାଇବା, ସେମାନଙ୍କୁ ତାଲିମ୍ ଦେବା ଭଳି କାର୍ଯ୍ୟ କରିବେ । ଏହି ସନ୍ଧାନୀ କୁକୁର ଦ୍ୱାରା ବନ ବିଭାଗ ଜଙ୍ଗଲ ଏବଂ ପଶୁପକ୍ଷୀଙ୍କ ସୁରକ୍ଷାରେ ସଫଳ ହେବ ବୋଲି ଆଶା କରାଯାଉଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)