/odishatv-khabar/media/post_attachments/uploadimage/library/16_9/16_9_0/IMAGE_1744435392.jpg)
Transgender Suicide
ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଫାଶୀଗୁଡା ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି । ଗୋଟିଏ ଘର ଭିତରୁ କିନ୍ନର ଦଣ୍ଡନାଚୁଆର ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତକଙ୍କ ନାମ ଅର୍ଚ୍ଚିତା ବିଷୋୟୀ । ସେ ବେକରେ ଓଢଣୀ ଲଗାଇ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ଛାନଭିନ୍ ଚଳାଇଛି ।
ଅଧିକ ପଢ଼ନ୍ତୁ: ଦାଦାକୁ ହାଣିଲା, କଟା ମୁଣ୍ଡ ଧରି ଥାନାରେ ପହଞ୍ଚିଲା...
ସୂଚନା ମୁତାବକ, ଗତକାଲି ଫାଶୀଗୁଡା ଗାଁରେ ଦଣ୍ଡନାଚ ଚାଲିଥିଲା । ଏଥିରେ କିନ୍ନର ଅର୍ଚ୍ଚିତା ବିଷୋୟୀ ଅଭିନୟ କରୁଥିଲେ । ସେ ଗତକାଲି ଖରାବେଳେ ଦଣ୍ଡନାଚରେ ଅଭିନୟ କରି ରାତିରେ ଫାଶୀଗୁଡା ଗାଁରେ ଏକ ଘରେ ବିଶ୍ରାମ ନେଇଥିଲେ । ସକାଳୁ କବାଟ ନ ଖୋଲିବାରୁ ଦଣ୍ଡନାଚ କମିଟିଙ୍କ ସନ୍ଦେହ ହୋଇଥିଲା । କମିଟି ସଦସ୍ୟ ଗ୍ରାମବାସୀଙ୍କୁ ଡାକି କବାଟ ଭାଙ୍ଗିବାରୁ କିନ୍ନର ଅର୍ଚ୍ଚିତାଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ପାଇଥିଲେ ।
ଖବର ପାଇ ଦିଗପହଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚିଛି । ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି । ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ପାରିପାର୍ଶ୍ୱିକ ସ୍ଥିତିରୁ ଦଣ୍ଡନାଚୁଆ ଜଣକ ଆତ୍ମହତ୍ୟା କରିଥିବାର ଅନୁମାନ କରାଯାଉଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)