/odishatv-khabar/media/post_attachments/uploadimage/library/16_9/16_9_0/IMAGE_1726374115.jpg)
Vedanta Red Mud Pond
ଭାଙ୍ଗିଲା ବେଦାନ୍ତର ରେଡ୍ ମଡ୍ ପଣ୍ଡ । ଚାଷ ଜମିରେ ମାଡିଗଲା କାଦୁଅ ପାଣି । କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ରେ ଥିବା ବେଦାନ୍ତ କମ୍ପାନୀର ବସନ୍ତ ପଡ଼ାରେ ନିର୍ମାଣ କରାଯାଇଥିବା ରେଡ୍ ମଡ୍ ପଣ୍ଡ ଆଜି ଭୁଶୁଡ଼ି ପଡ଼ିଛି । ଫଳରେ ବସନ୍ତପଡ଼ା ସମେତ ବନ୍ଧଗୁଡ଼ା, ଟୁରିଗୁଡ଼ାର ହେକ୍ଟର ହେକ୍ଟର ଚାଷ ଜମିରେ କାଦୁଅ ପାଣି ମାଡି ଯାଇଛି। ଲାଲ ମାଟି ପାଣି ମାଡି ଯିବାରୁ ବନ୍ୟା ଭଳି ପରିସ୍ଥିତି ସୃଷ୍ଟି ହୋଇଛି। କମ୍ପାନୀ ଦ୍ୱାରା ନିର୍ମାଣ ହୋଇଥିବା ଏହି ପଣ୍ଡକୁ ଠିକ ଭାବରେ ରକ୍ଷଣା ବେକ୍ଷଣ କରାଯାଇ ନ ଥିବାରୁ ଏଭଳି ସ୍ଥିତି ସୃଷ୍ଟି ହୋଇଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି । ତେବେ ଏନେଇ ବେଦାନ୍ତ କମ୍ପାନୀ ପକ୍ଷରୁ ପ୍ରତିକ୍ରିୟା ମିଳିପାରି ନାହିଁ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)