Advertisment

‘୫ ବର୍ଷରେ ୫ ଲକ୍ଷ କୋଟିର ପୁଞ୍ଜି ନିବେଶ ନେଇ ଲକ୍ଷ୍ୟ ରହିଛି’

ଆଜିଠୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦିଲ୍ଲୀ ଯିବା ପୂର୍ବରୁ ପ୍ରତିକ୍ରିୟା ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟରେ 5 ବର୍ଷରେ 5 ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ଲକ୍ଷ୍ୟ ରଖାଯାଇଛି।

ଅଦ୍ୟତନ ହୋଇଛି
Odisha CM Mohan Majhi

Odisha CM Mohan Majhi

Advertisment

ଓଡ଼ିଶାକୁ କେମିତି ଅଧିକରୁ ଅଧିକ ପୁଞ୍ଜି ଆଣିହେବ, ସେହି ଲକ୍ଷ୍ୟରେ ଆଜିଠୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦିଲ୍ଲୀ ଯିବା ପୂର୍ବରୁ ପ୍ରତିକ୍ରିୟା ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟରେ 5 ବର୍ଷରେ 5 ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ଲକ୍ଷ୍ୟ ରଖାଯାଇଛି। 

Advertisment

ପ୍ରାଧାନ୍ୟ ରହିଛି ଫୁଡ୍ ପ୍ରୋସେସିଂ, ଆଇଟି, କେମିକାଲ ଓ ପେଟ୍ରୋ କେମିକାଲ ଆଦି କ୍ଷେତ୍ର। ଏସବୁ କ୍ଷେତ୍ରରେ ଦେଶ ବିଦେଶର ଉଦ୍ୟୋଗୀଙ୍କୁ ଓଡ଼ିଶାରେ ପୁଞ୍ଜି ନିବେଶର ପ୍ରସ୍ତାବ ଦିଆଯିବ। କିଛି ଉଦ୍ୟୋଗୀ ଏହା ଭିତରେ ଆଲୋଚନା କରିସାରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। 

ସେହିପରି ଆଉ ଏକ ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଗତ ଶହେ ଦିନ ଭିତରେ ରାଜ୍ୟକୁ ୪୫ ହଜାର କୋଟିର ପୁଞ୍ଜି ଓଡ଼ିଶାକୁ ଆସିସାରିଛି। ୨୦୨୫ ଜାନୁଆରୀରେ ଉତ୍କର୍ଷ ଓଡ଼ିଶା, ମେକ୍ ଇନ୍ ଓଡ଼ିଶା କନକ୍ଲେଭ ଆୟୋଜନ ହେବ। ଯାହା ଜାନୁଆରୀ ୨୮ ଓ ୨୯ ତାରିଖ ଦୁଇ ଦିନ ଧରି ଚାଲିବ। 

Advertisment

ଏହାପୂର୍ବରୁ ଆଜିଠୁ ୨ ଦିନିଆ ଦିଲ୍ଲୀ ଗସ୍ତ କରିବା ସହ ଦିଲ୍ଲୀରେ ବିଭିନ୍ନ ପୁଞ୍ଜିନିବେଶକାରୀଙ୍କ ସହ ୱାନ୍ ଟୁ ୱାନ୍ ଆଲୋଚନା କରିବି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

Investments Mohan Majhi
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ