• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

ସଂକଳ୍ପପତ୍ର ଆମ ପାଇଁ ଧର୍ମଗ୍ରନ୍ଥ । ଲୋକଙ୍କ ମତ ଓ ହିତକୁ ନେଇ ସରକାର ସବୁ ବେଳେ ଚାଲିବା କଥା । ରାଜ୍ୟରେ ମୋହନ ସରକାରକୁ ଆଜି ୧୦୦ ଦିନ ପୁରିବା ଅବସରରେ ପୁରୀରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏଭଳି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକ ବିରୋଧୀ କାର୍ଯ୍ୟ ଯୋଗୁଁ ୨୪ ବର୍ଷର ସରକାର ପତନ ଘଟିଲା । ପୂର୍ବ ସରକାର ମହାପ୍ରଭୁଙ୍କୁ ମଧ୍ୟ ଭୋଟ ରାଜନୀତିରେ ବ୍ୟବହାର କଲେ । ହେଲେ ଆମ ସରକାରର ସଂକଳ୍ପ ପତ୍ର ହେଉଛି ଧର୍ମଗ୍ରନ୍ଥ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

ଅଧିକ ପଢ଼ନ୍ତୁ: ସେପ୍ଟେମ୍ବର ୨୪ ସୁଦ୍ଧା ରତ୍ନଭଣ୍ଡାର ସର୍ଭେ ସାରିବାକୁ ଚିଠି

ସଂକଳ୍ପ ପତ୍ରରେ ଲୋକଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ପୂରା କରିଛୁ, କରିବୁ ମଧ୍ୟ । ସରକାରର ପ୍ରଥମ ଦିନରେ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଚାରି ଦ୍ବାର ଖୋଲିବା ସହ ରତ୍ନଭଣ୍ଡାର ଖୋଲି ଗଣତି ମଣତି ପାଇଁ ପ୍ରକ୍ରିୟା ଆରମ୍ଭ କଲୁ । ପୂର୍ବ ସରକାର ଅଭିଯୋଗ ଶୁଣୁନଥିଲେ, ବରଂ ତାଙ୍କ ଇଚ୍ଛାରେ କାର୍ଯ୍ୟ କରୁଥିଲେ । ଭୁବନେଶ୍ବରରେ ଅଭିଯୋଗ ଶୁଣୁଛି, ଆଗାମୀ ଦିନରେ ସବୁ ଜିଲ୍ଲାରେ ଅଭିଯୋଗ ପ୍ରକୋଷ୍ଠ କରି ଶୁଣାଣି ହେବ।

ସେହିପରି ଶହେ ଦିନ ପୂର୍ତ୍ତିରେ ପୂର୍ବ ସରକାରକୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ । ପୂର୍ବ ସରକାର ଦୁର୍ନୀତି ଅଭିଯୋଗରେ କେବଳ କିରାଣୀଙ୍କୁ ଦଣ୍ଡ ଦେଉଥିଲେ । ଆମ ସରକାର ଲାଞ୍ଚ ଓ ଦୁର୍ନୀତି ମାମଲାରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ନେଉଛନ୍ତି । ୫୮ ଜଣ ଦୁର୍ନୀତିଖୋର ଅଫିସରଙ୍କୁ ଗିରଫ କରାଯାଇଛି। ଶହେ ଦିନ ପୂର୍ତ୍ତି ଉତ୍ସବ କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏଭଳି ମନ୍ତବ୍ୟ ଦେଇଛନ୍ତି। କାର୍ଯ୍ୟକ୍ରମରେ ରାଜ୍ୟ କ୍ୟାବିନେଟ, କେନ୍ଦ୍ରମନ୍ତ୍ରୀ, ବିଧାୟକ ଏବଂ ସାଂସଦ ସାମିଲ ଥିଲେ । ତେବେ ଅଭିଯୋଗ ନେଇ ବିରୋଧୀ ବିଜେଡିର ପ୍ରତିକ୍ରିୟା ମିଳିପାରିନି।

OTV is now on Whatsapp

Join and get latest news update delivered to you via whatsapp

Join Now