Advertisment

Utkal Divas:‍ ଆଜି ଓଡ଼ିଶା ଦିବସ, ଜାଣନ୍ତୁ କ’ଣ ରହିଛି ଏହା ପଛର ଇତିହାସ...

ଊନବିଂଶ ଶତାବ୍ଦୀରେ ପାଶ୍ଚାତ୍ୟ ଶିକ୍ଷା ଓ ଛାପାଖାନାର ପ୍ରସାର ଫଳରେ ଓଡ଼ିଆ ଭାଷା ଓ ସଂସ୍କୃତି ବିପନ୍ନ ହୋଇପଡ଼ିଲା। ଓଡ଼ିଶାକୁ ବଙ୍ଗ ପ୍ରଦେଶରେ ସାମିଲ କରିବାର ଚକ୍ରାନ୍ତ ହୋଇଥିଲା। ତେଲୁଗୁମାନେ ମଧ୍ୟ ଦକ୍ଷିଣ ଓଡ଼ିଶାରେ ଆଧିପତ୍ୟ ବିସ୍ତାର ପାଇଁ ଉଦ୍ୟମ କରିଥିଲେ।

author-image
Tapaswini Nayak
ଅଦ୍ୟତନ ହୋଇଛି
utkala-divas

utkala-divas

ଆଜି ଉତ୍କଳ ଦିବସ (ଓଡ଼ିଶା ଦିବସ)। ପ୍ରତିଟି ଓଡ଼ିଆଙ୍କ ପାଇଁ ଗର୍ବ ଏବଂ ଗୌରବର ବିଷୟ। ୧୯୩୬ ମସିହା ଆଜିର ଦିନରେ ଗଠନ ହୋଇଥିଲା ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ। ଅନେକ ବରପୁତ୍ରଙ୍କ ଅବଦାନ ଯୋଗୁ ଏହା ସମ୍ଭବ ହୋଇପାରିଥିଲା। ଏହାକୁ ମନେ ପକାଇବା ଲାଗି ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି। କଟକ ସାଲେପୁର ସତ୍ୟଭାମାପୁରରେ ଏହି ଅବସରରେ ରାଜ୍ୟ ସରକାରଙ୍କ ପକ୍ଷରୁ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହର ଆୟୋଜନ କରାଯାଉଛି।

Advertisment

ଅଧିକ ପଢ଼ନ୍ତୁ: ଆଜିଠୁ ନୂଆ ଆର୍ଥିକ ବର୍ଷ; ବନ୍ଦ ହୋଇଯିବ UPI ପେମେଣ୍ଟ

ଊନବିଂଶ ଶତାବ୍ଦୀରେ ପାଶ୍ଚାତ୍ୟ ଶିକ୍ଷା ଓ ଛାପାଖାନାର ପ୍ରସାର ଫଳରେ ଓଡ଼ିଆ ଭାଷା ଓ ସଂସ୍କୃତି ବିପନ୍ନ ହୋଇପଡ଼ିଲା। ଓଡ଼ିଶାକୁ ବଙ୍ଗ ପ୍ରଦେଶରେ ସାମିଲ କରିବାର ଚକ୍ରାନ୍ତ ହୋଇଥିଲା। ତେଲୁଗୁମାନେ ମଧ୍ୟ ଦକ୍ଷିଣ ଓଡ଼ିଶାରେ ଆଧିପତ୍ୟ ବିସ୍ତାର ପାଇଁ ଉଦ୍ୟମ କରିଥିଲେ।

ଏହି ପରିସ୍ଥିତିରେ ଓଡ଼ିଆ ଭାଷାଭାଷୀ ଅଞ୍ଚଳଗୁଡ଼ିକର ଏକତ୍ରୀକରଣ ପାଇଁ ଆନ୍ଦୋଳନ ଆରମ୍ଭ ହୋଇଥିଲା। ଏଥିପାଇଁ ୧୯୦୩ରେ ଉତ୍କଳ ସମ୍ମିଳନୀ ଗଠିତ ହୋଇଥିଲା। ଉତ୍କଳଗୌରବ ମଧୁସୂଦନ ଦାସଙ୍କ ନେତୃତ୍ୱ ତଥା ବହୁ ରାଜା ଓ ଜମିଦାରଙ୍କ ସହଯୋଗରେ ଭାଷା ଆନ୍ଦୋଳନ ତୀବ୍ରତର ହୋଇଥିଲା। ଓଡ଼ିଶା ଗଠନରେ ଉତ୍କଳମଣି ଗୋପବନ୍ଧୁ ଦାସ, ବ୍ୟାସକବି ଫକୀରମୋହନ ସେନାପତି, ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ, ପଣ୍ଡିତ ନୀଳକଣ୍ଠ ଦାସ, କବିବର ରାଧାନାଥ ରାୟ, ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଦେବ, ସ୍ୱଭାବକବି ଗଙ୍ଗାଧର ମେହେର ପ୍ରମୁଖଙ୍କ ଅବଦାନ ଅବିସ୍ମରଣୀୟ। ପ୍ରାୟ ପାଞ୍ଚ ଶହ ବର୍ଷ ସୀମାହୀନ, ଜାତିହୀନ ଓ ଭାଷାହୀନ ଅବସ୍ଥାରେ ରହିବା ପରେ ୧୯୩୬ ଏପ୍ରିଲ୍ ପହିଲାରେ ଓଡ଼ିଶା ଏକାଠି ହୋଇଥିଲା।

Advertisment

ଜାଣନ୍ତୁ କ’ଣ ରହିଛି ଏହା ପଛର ଇତିହାସ-

ଏପ୍ରିଲ ୧ରେ ଓଡ଼ିଶା ସ୍ୱତନ୍ତ୍ର ଭାଷା ଭିତ୍ତିକ ରାଜ୍ୟର ମାନ୍ୟାତା ପାଇଥିଲା । ଓଡ଼ିଶାର ସ୍ୱତନ୍ତ୍ର ପରିଚୟ ଏବଂ ପ୍ରତିଷ୍ଠା ଦିବସକୁ ମନେ ରଖିବା ପାଇଁ ଏହି ଦିନକୁ ପାଳନ କରିଥାନ୍ତି କୋଟି କୋଟି ଓଡିଆ । ବିହାର ଅଧୀନରେ ଥିବା ଏହି ପ୍ରଦେଶକୁ ଏକ ସ୍ୱତନ୍ତ୍ର ପରିଚୟ ଦେବାରେ ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ଗୋପବନ୍ଧୁ ଦାଶଙ୍କ ସହିତ ମହାରାଜା କୃଷ୍ଣଚନ୍ଦ୍ର ଗଜପତି, ପଣ୍ଡିତ ନୀଳକଣ୍ଠ ଦାସ, ଫକୀର ମୋହନ ସେନାପତି, ଗଙ୍ଗାଧର ମେହେରଙ୍କ ପରି ଅନେକ ବୀର ପୁରୁଷ ମୁଖ୍ୟ ଭୂମିକା ନିର୍ବାହ କରିଥିଲେ । ନୂତନ ରାଜ୍ୟ ଭାବେ ଗଢି ଉଠିଥିବା ଓଡ଼ିଶା ୬ ଜିଲ୍ଲାକୁ ନେଇ ଗଠନ କରାଯାଇଥିଲା । ଏହି ଜିଲ୍ଲାଗୁଡିକ ଥିଲା କଟକ, ପୁରୀ, ବାଲେଶ୍ୱର, ସମ୍ବଲପୁର, କୋରାପୁଟ ଏବଂ ଗଞ୍ଜାମ । ତେବେ ରାଜ୍ୟର ରାଜଧାନୀ ଥିଲା କଟକ ।

୧୯୩୬ ପୂର୍ବରୁ ଓଡ଼ିଶା ସ୍ୱତନ୍ତ୍ର ରାଜ୍ୟ ନ ଥିଲା । ପଶ୍ଚିମରେ ସମ୍ବଲପୁର ମଧ୍ୟପ୍ରଦେଶ ସହିତ ମିଶିଥିବାବେଳେ ଉତ୍ତରରେ ବାଲେଶ୍ୱରରେ ବଙ୍ଗଳାର ପ୍ରଭାବ, କେତେକ ଅଞ୍ଚଳ ବିହାରରେ, ଦକ୍ଷିଣରେ ଗଞ୍ଜାମ ମାଡ୍ରାସ ରେସିଡେନ୍ସି ଅଧିନରେ ଥିଲା । କିନ୍ତୁ ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳ ମଣି ଗୋପବନ୍ଧୁ ଦାଶ, ମହାରାଜା କୃଷ୍ଣଚନ୍ଦ୍ର ଗଜପତି, ବ୍ୟାସକବି ଫକିର ମୋହନ ସେନାପତି, ରାଧାନାଥ ରାୟ, ଗଙ୍ଗାଧର ମେହେରଙ୍କ ପରି ବୀର ପୁତ୍ର ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ କରିବା ପାଇଁ ସଂଘର୍ଷ କରିଥିଲେ । ଏହି ବୀର ପୁତ୍ରଙ୍କ ସଂଘର୍ଷରେ ୧୯୦୩ରେ ପ୍ରଥମେ ଗଠନ ହୋଇଥିଲା ଉତ୍କଳ ସମ୍ମିଳନୀ । ଜୋରଦାର ସଂଗ୍ରାମ ପରେ ୧୯୩୬ ମସିହା ଏପ୍ରିଲ୍‌ ୧ରେ ଗଠନ ହେଲା ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ।

ଅଧିକ ପଢ଼ନ୍ତୁ: ନୂଆ ଆର୍ଥିକ ବର୍ଷରେ ଲାଗୁହେବ ଏହିସବୁ ନୂଆ ନିୟମ

Utkal Divas Utkal Divas Special
Advertisment
Advertisment