Lightning Strike
ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଘଟି ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୪ ଜଣ ଗୁରୁତର ଆହତ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ବଲାଙ୍ଗିରରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଅନୁଗୁଳ, ବୌଦ୍ଧ, ଜଗତସିଂହପୁର ଓ ଢେଙ୍କାନାଳରେ ଜଣେ ଲେଖାଏଁ ମୃତ ହୋଇଛନ୍ତି। ପ୍ରତି ମୃତକଙ୍କ ପରିବାରକୁ ସରକାରଙ୍କ ପକ୍ଷରୁ ୪ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରାଯିବ ବୋଲି SRCଙ୍କ ପକ୍ଷରୁ ସୂଚନା ଦିଆଯାଇଛି।...
ବଜ୍ରପାତରେ ବୌଦ୍ଧ ଥାନା ରାଉତବାହାଲ ଗାଁରେ ବଜ୍ରପାତରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ପାନେଶ୍ୱରୀ ପୋଢ଼। ସେହିପରି ଖୋର୍ଦ୍ଧା ଜିଲ୍ଲା ଅରାଙ୍ଗ ଗାଁରେ ବଜ୍ରପାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ଏହା ସହ ବାଣପୁର କଦମଝୋଲା ଗାଁରେ ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ଅମର ଶବର। ବଲାଙ୍ଗିର ଜିଲ୍ଲା କୁଟିସିଂହା ଗାଁରେ ବଜ୍ରପାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଜଗତସିଂହପୁର ଜିଲ୍ଲା ବାଲିକୁଦା ଥାନା ସାରଣା ଗାଁରେ ଜଣେ ଚାଷୀଙ୍କର ବଜ୍ରପାତରେ ମୃତ୍ୟୁ ଘଟିଛି।
ସେହିପରି ଗଜପତି ଜିଲ୍ଲା ମୋହନା ଥାନା ଦାରୁପାଣି ଗାଁରେ ବଜ୍ରପାତରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ଅନୁଗୋଳ ଜିଲ୍ଲା ବନ୍ତଳା ଥାନା ବଡ଼ହିଂସ ଗାଁରେ ବଜ୍ରପାତରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଏହା ବ୍ୟତୀତ କଟକ ଜିଲ୍ଲା ନିଆଳି ଜଲ୍ଲାରପୁର ଗାଁରେ ବଜ୍ରପାତରେ ଜଣେ ଶ୍ରମିକ ଗୁରୁତର ଆହତ ହୋଇଥିବା ବେଳେ ଗଜପତି ଜିଲ୍ଲା ଅଡ଼ବା ବଦାକୁଆ ଗାଁରେ ବଜ୍ରପାତରେ ୬ଟି ଗୋରୁଙ୍କର ମୃତ୍ୟୁ ଘଟିଛି।
ସେହିଭଳି ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ଥାନା କଣ୍ଟାଗୋଠ ଗାଁରେ ବଜ୍ରପାତରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଗଞ୍ଜାମ ଜିଲ୍ଲା ତାଳସାକର ଗାଁରେ ବଜ୍ରପାତରେ ୩ ଜଣ ଗୁରୁତର ଆହତ ହୋଇଥିବା ବେଳେ ଆଗଲପୁର ବ୍ଲକ ଗୁରୋମୁଣ୍ଡା ଗାଁରେ ବଜ୍ରପାତରେ ଜଣ ୪ ମହିଳା ଆହତ ହୋଇଥିବା ବେଳେ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି।...
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1693735047.jpg)