• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

କେନ୍ଦ୍ର ସରକାରଙ୍କ ପରେ ରାଜ୍ୟ ସରକାର ବଢ଼ାଇଲେ ମହଙ୍ଗା ଭତ୍ତା । ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ୪ ପ୍ରତିଶତ ମହଙ୍ଗା ଭତ୍ତ ବୃଦ୍ଧି କରାଯାଇଛି । ୪ ପ୍ରତିଶତ ବଢ଼ିବା ପରେ ମହଙ୍ଗା ଭତ୍ତା ୪୨ ପ୍ରତିଶତରୁ ୪୬ ପ୍ରତିଶତକୁ ବୃଦ୍ଧି ପାଇଛି । ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଜୁଲାଇ ପହିଲାରୁ ପିଛିଲା ଭାବେ ଲାଗୁ ହେବ । ଏହିରେ ୪ ଲକ୍ଷ ୫୦ ହଜାର କର୍ମଚାରୀ ଓ ୩ ଲକ୍ଷ ୫୦ ହଜାର ପେନସନ୍ ଭୋଗୀ ଉପକୃତ ହେବେ । ପୂର୍ବରୁ କେନ୍ଦ୍ର ସରକାର ନିଜ କର୍ମଚାରୀଙ୍କ ପାଇଁ ୪ ପ୍ରତିଶତ ମହଙ୍ଗା ଭତ୍ତା ବଢ଼ାଇଥିଲେ ।

ପୂର୍ବରୁ ଗତ ୧୮ ତାରିଖରେ ଦୁର୍ଗାପୂଜା ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର ଦେଇଥିଲେ । କେନ୍ଦ୍ରୀୟ କର୍ମଚାରୀଙ୍କୁ ସରକାର ପୂଜା ଭେଟି ଦେଇଛନ୍ତି । ଦୁର୍ଗାପୂଜା ପୂର୍ବରୁ କେନ୍ଦ୍ର ସରକାର କର୍ମଚାରୀମାନଙ୍କ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି । କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪% ବୃଦ୍ଧି କରାଯାଇଛି । ବର୍ଦ୍ଧିତ ଡିଏ ଜୁଲାଇ ପହିଲାରୁ ପିଛିଲା ଭାବେ ଲାଗୁ ହେବ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ଏହା ଉପରେ ମୋହର ମାରିଛି । ତେଣୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪% ବୃଦ୍ଧି କରାଯାଇଛି । ଫଳରେ ଏବେ କର୍ମଚାରୀ ମାନଙ୍କ ଡିଏ ୪୨ରୁ ୪୬ ପ୍ରତିଶତକୁ ବୃଦ୍ଧି ପାଇଛି । ପୂର୍ବରୁ କେନ୍ଦ୍ରୀୟ କର୍ମଚାରୀଙ୍କ ଭତ୍ତା ବୃଦ୍ଧି କରାଯିବା ନେଇ ଆଶା କରାଯାଉଥିଲା ।