/odishatv-khabar/media/post_attachments/uploadimage/library/16_9/16_9_0/IMAGE_1696413016.jpg)
Scrub Typhus
କୃଷି ସଚିବ ଅରବିନ୍ଦ ପାଢ଼ୀ ସ୍କ୍ରବ୍ ଟାଇଫସ୍ରେ ଆକ୍ରାନ୍ତ। କ୍ୟାପିଟାଲ ହସ୍ପିଟାଲରେ ରକ୍ତ ନମୁନା ପରୀକ୍ଷାରୁ ସ୍କ୍ରବ୍ ଟାଇଫସ୍ ହୋଇଥିବା ସ୍ପଷ୍ଟ ହୋଇଛି । ଆକ୍ରାନ୍ତ ପରେ ଘରେ ରହି ଚିକିତ୍ସିତ ହେଉଛନ୍ତି ଅରବିନ୍ଦ ପାଢ଼ୀ । ତାଙ୍କ ସ୍ୱାସ୍ଥ୍ୟବସ୍ଥା ଏବେ ସ୍ଥିର ରହିଛି । କୃଷି ସଚିବ ଅରବିନ୍ଦ ପାଢ଼ୀ ସ୍କ୍ରବ୍ ଟାଇଫସ୍ରେ ଆକ୍ରାନ୍ତ ନେଇ କ୍ୟାପିଟାଲ ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି ।
Advertisment
ରାଜ୍ୟବ୍ୟାପି ମାଡିଗଲାଣି ସ୍କ୍ରବ୍ ଟାଇଫସ୍। କେବଳ ଗ୍ରାମାଞ୍ଚଳ ନୁହେଁ, ସହରାଞ୍ଚଳକୁ ବି ବ୍ୟାପିଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୨ ହଜାର ୭୭ ଜଣଙ୍କର ସ୍କ୍ରବ୍ ଟାଇଫସ୍ ପରୀକ୍ଷା ହୋଇଥିବାବେଳେ ୨ ହଜାର ୮ ଶହ ୨୦ ରୋଗୀ ଚିହ୍ନଟ ହୋଇଛନ୍ତି। କେନ୍ଦ୍ରୀୟ ଟିମ୍ ସ୍କ୍ରବ୍ ଟାଇଫସ୍ ସମୀକ୍ଷା କରିବାକୁ ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ବଲାଙ୍ଗୀର ଜିଲ୍ଲା ସହ ବୁର୍ଲା ମେଡିକାଲ ଯାଇଥିଲେ। ସେମାନେ ଓଡ଼ିଶାର ମୁକାବିଲା ପଦକ୍ଷେପକୁ ପ୍ରଶଂସା କରିଛନ୍ତି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)