/odishatv-khabar/media/post_attachments/uploadimage/library/16_9/16_9_0/IMAGE_1704594130.jpg)
Samalei-Lingaraj
ମା ସମଲେଇ ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପାଇଁ ଆରମ୍ଭ ହୋଇଛି ଦେବ ନିମନ୍ତ୍ରଣ। ୨୪ ଜଣିଆ ପ୍ରତିନିଧି ଦଳ ଗତକାଲି ମହାପ୍ରଭୁ ଲିଙ୍ଗରାଜଙ୍କୁ ନିମନ୍ତ୍ରଣ କରିଛନ୍ତି। ଆଡପ ମଣ୍ଡପ ନିକଟରୁ ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରିବା ସହ ନଡିଆ, ଗୁଡ, ଅରୁଆ ଚାଉଳ ଓ ବେଲପତ୍ର ସହ ନିମନ୍ତ୍ରଣ କରିଛନ୍ତି।
ମନ୍ଦିର ତରଫରୁ ତୁଳସୀ, ବେଲପତ୍ର ଏବଂ ଶୁଖିଲା ଭୋଗ ପ୍ରଦାନ କରାଯାଇଥିଲା। ଆସନ୍ତା ୨୭ ତାରିଖରେ ହେବ ପ୍ରକଳ୍ପର ଲୋକାର୍ପଣ। ଏଥିପାଇଁ ମନ୍ଦିର ଟ୍ରଷ୍ଟ ବୋର୍ଡର ସଦସ୍ୟ, ସଭାପତି ଓ ପୂଜାରୀ ମାନେ ନବୀନ ନିବାସ ଆସି ମଙ୍ଗଳାଷ୍ଟକ ଗାନ ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଆଶୀର୍ବାଦ କରିଥିଲେ ଏବଂ ପ୍ରକଳ୍ପର ଲୋକାର୍ପଣ ପାଇଁ ନିମନ୍ତ୍ରଣ ମଧ୍ୟ ଦେଇଥିଲେ। ସେମାନେ କହିଥିଲେ ଯେ, ଲୋକାର୍ପଣ ପାଇଁ ଟ୍ରଷ୍ଟ ବୋର୍ଡ ପକ୍ଷରୁ ସବୁ ଘରକୁ ନଡିଆ ଦିଆଯିବ ଏବଂ ସବୁ ଘରୁ ମା’ଙ୍କ ପାଇଁ ସିନ୍ଦୁର ଆସିବ। ମା’ଙ୍କ କାମରେ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।
ମା ସମଲେଇ ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପାଇଁ ଆରମ୍ଭ ହୋଇଛି ଦେବ ନିମନ୍ତ୍ରଣ । ୨୪ ଜଣିଆ ପ୍ରତିନିଧି ଦଳ ଗତକାଲି ମହାପ୍ରଭୁ ଲିଙ୍ଗରାଜଙ୍କୁ ନିମନ୍ତ୍ରଣ କରିଛନ୍ତି । ଆଡପ ମଣ୍ଡପ ନିକଟରୁ ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରିବା ସହ ନଡିଆ, ଗୁଡ, ଅରୁଆ ଚାଉଳ ଓ ବେଲପତ୍ର ସହ ନିମନ୍ତ୍ରଣ କରିଛନ୍ତି ।..#Sambalpur#Odisha#OTVpic.twitter.com/y2DMIOalk8
— ଓଟିଭି (@otvkhabar) January 7, 2024
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)