Advertisment

ନଡିଆ-ଗୁଡ-ଅରୁଆ ଚାଉଳ-ବେଲପତ୍ର ଦେଇ ଲିଙ୍ଗରାଜଙ୍କୁ ନିମନ୍ତ୍ରଣ

ପ୍ରକଳ୍ପର ଲୋକାର୍ପଣ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟ ନିମନ୍ତ୍ରଣ । ସମସ୍ତଙ୍କ ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀ ।

Samalei-Lingaraj

Samalei-Lingaraj

Advertisment

ମା ସମଲେଇ ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପାଇଁ ଆରମ୍ଭ ହୋଇଛି ଦେବ ନିମନ୍ତ୍ରଣ। ୨୪ ଜଣିଆ ପ୍ରତିନିଧି ଦଳ ଗତକାଲି ମହାପ୍ରଭୁ ଲିଙ୍ଗରାଜଙ୍କୁ ନିମନ୍ତ୍ରଣ କରିଛନ୍ତି। ଆଡପ ମଣ୍ଡପ ନିକଟରୁ ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରିବା ସହ ନଡିଆ, ଗୁଡ, ଅରୁଆ ଚାଉଳ ଓ ବେଲପତ୍ର ସହ ନିମନ୍ତ୍ରଣ କରିଛନ୍ତି।

Advertisment

ମନ୍ଦିର ତରଫରୁ ତୁଳସୀ, ବେଲପତ୍ର ଏବଂ ଶୁଖିଲା ଭୋଗ ପ୍ରଦାନ କରାଯାଇଥିଲା। ଆସନ୍ତା ୨୭ ତାରିଖରେ ହେବ ପ୍ରକଳ୍ପର ଲୋକାର୍ପଣ। ଏଥିପାଇଁ ମନ୍ଦିର ଟ୍ରଷ୍ଟ ବୋର୍ଡର ସଦସ୍ୟ, ସଭାପତି ଓ ପୂଜାରୀ ମାନେ ନବୀନ ନିବାସ ଆସି ମଙ୍ଗଳାଷ୍ଟକ ଗାନ ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଆଶୀର୍ବାଦ କରିଥିଲେ ଏବଂ ପ୍ରକଳ୍ପର ଲୋକାର୍ପଣ ପାଇଁ ନିମନ୍ତ୍ରଣ ମଧ୍ୟ ଦେଇଥିଲେ। ସେମାନେ କହିଥିଲେ ଯେ, ଲୋକାର୍ପଣ ପାଇଁ ଟ୍ରଷ୍ଟ ବୋର୍ଡ ପକ୍ଷରୁ ସବୁ ଘରକୁ ନଡିଆ ଦିଆଯିବ ଏବଂ ସବୁ ଘରୁ ମା’ଙ୍କ ପାଇଁ ସିନ୍ଦୁର ଆସିବ। ମା’ଙ୍କ କାମରେ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ। 

Advertisment

Lingaraj Temple
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ