ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ ବିବାଦ ମାମଲାରେ ନୂଆମୋଡ଼ । ସୋସିଆଲ ମିଡିଆରେ ପୋଷ୍ଟ କରି ତାଙ୍କ ଜୀବନରୁ ଓହରି ଯିବା ଲାଗି ବର୍ଷା ପ୍ରିୟଦର୍ଶିନୀଙ୍କୁ ଅନୁରୋଧ କରିଛନ୍ତି ଅନୁଭବ । ପିତାମାତା ସବୁବେଳେ ପିଲାଙ୍କର ଭଲ ଚାହାନ୍ତି । ଆଉ ଆମେ ଜାଣିଛେ କିଏ ଠିକ୍ ଏବଂ କିଏ ଭୁଲ୍ । ମୋ ବାପା ଏବେ ଆଇସିୟୁରେ ଆଡ୍ ମିଟ୍ ଅଛନ୍ତି ବୋଲି ଅନୁଭବ ପୋଷ୍ଟ କରିଛନ୍ତି । ଏଭଳି ସ୍ଥିତିରେ ସେ କାଳ ବିଳମ୍ବ ନକରି ତୁରନ୍ତ ତାଙ୍କ ଜୀବନରୁ ଓହରି ଯାଆନ୍ତୁ ବୋଲି ଅନୁଭବ ଲେଖିଛନ୍ତି । ସବୁକିଛି ଶେଷ ହୋଇଯିବା ପୂର୍ବରୁ ମୋ ବାପା ମାଆଙ୍କୁ ଶାନ୍ତିରେ ନିଃଶ୍ୱାସ ମାରିବାକୁ ଦିଅନ୍ତୁ ବୋଲି ବର୍ଷାଙ୍କ ଉଦ୍ଦେଶ୍ୟରେ ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି ଅନୁଭବ । ଏନେଇ ବର୍ଷାଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ ।
Also Read