Advertisment

୨୦୨୪ ଫେବ୍ରୁଆରୀରେ ୩ ଦିନ ଧରି ହେବ ଭାଷା ସମ୍ମିଳନୀ

ଓଡ଼ିଆ ଭାଷାର ପ୍ରଚାର, ପ୍ରସାର ପାଇଁ ସମ୍ମିଳନୀ ଆୟୋଜନ । ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ ସମ୍ମିଳନୀ ହେବ ।

ଅଦ୍ୟତନ ହୋଇଛି
Odia Language

Odia Language

Advertisment

ଆସନ୍ତା ଫେବ୍ରୁଆରୀରେ ଭୁବନେଶ୍ୱରରେ ହେବ ପ୍ରଥମ 'ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ'। ଏହି ସମ୍ମିଳନୀ ୩ ଦିନ ଧରି ଚାଲିବ। ଆଜି ଅନୁଷ୍ଠିତ ରାଜ୍ୟ ଐତିହ୍ୟ କ୍ୟାବିନେଟରେ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏହି ସମ୍ମିଳନୀ ରାଜ୍ୟ, ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ ଆୟୋଜନ କରାଯିବ। ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଖ୍ୟାତିସଂପନ୍ନ ଭାଷା ବିଜ୍ଞାନୀ ଓ ଭାଷା ବିଶେଷଜ୍ଞମାନଙ୍କୁ ସମ୍ମିଳନୀକୁ ନିମନ୍ତ୍ରଣ କରାଯିବ।

Advertisment

ତାସହିତ ସାରା ରାଜ୍ୟର ଛାତ୍ରଛାତ୍ରୀମାନଙ୍କୁ ଏଥିରେ ଅନ୍ତର୍ଭୁକ୍ତ କରାଯିବ। ଯୁବପିଢ଼ିଙ୍କ ମଧ୍ୟରେ ଓଡ଼ିଆ ଭାଷାର ଆଦୃତ ନିମନ୍ତେ ସେମାନଙ୍କ ଉପରେ ଧ୍ୟାନ ଦିଆଯିବ। ଏହି ସମ୍ମିଳନୀ ସମୟରେ ଶିକ୍ଷାନୁଷ୍ଠାନଗୁଡ଼ିକ ନିଜ ନିଜର କାର୍ଯ୍ୟକ୍ରମ ଆୟୋଜନ କରିବେ। 'ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ' ଆୟୋଜନ ଦ୍ୱାରା ଦେଶ, ବିଦେଶରେ ଓଡ଼ିଆ ଭାଷାର ପ୍ରଚାର, ପ୍ରସାର ଏବଂ ଗବେଷଣା କାର୍ଯ୍ୟ ତ୍ୱରାନ୍ୱିତ ହେବ ବୋଲି ସରକାର ଆଶା ପ୍ରକାଶ କରିଛନ୍ତି।

Language Odia
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ