Advertisment

ରାଜ୍ୟ ସରକାରଙ୍କ ଲକ୍ଷ୍ମୀ ବସ୍ ଯୋଜନାକୁ ବିରୋଧ, ୧୦ରୁ ବସ୍ ଧର୍ମଘଟ

ରାଜ୍ୟ ସରକାରଙ୍କ ଲକ୍ଷ୍ମୀ ବସ୍ ଯୋଜନାକୁ ବିରୋଧ କରି ଧର୍ମଘଟ ଡାକରା, ଧର୍ମଘଟ ନେଇ ବସ୍ ମାଲିକ ସଂଘ ବୈଠକରେ ନିଷ୍ପତ୍ତି

ଅଦ୍ୟତନ ହୋଇଛି
Odisha Bus Strike

Bus Strike

Advertisment

ଅକ୍ଟବୋର ୧୦ରୁ ଅନିର୍ଦ୍ଦିଷ୍ଟ କାଳ ଯାଏଁ ରାଜ୍ୟବ୍ୟାପୀ ହେବ ଘରୋଇ ବସ୍ ଧର୍ମଘଟ । ଅଲ୍ ଓଡିଶା ବସ୍ ମାଲିକ ସଂଘ ସାଧାରଣ ପରିଷଦରେ ହୋଇଛି ଏହି ନିଷ୍ପତ୍ତି । ରାଜ୍ୟ ସରକାରଙ୍କ ଲକ୍ଷ୍ମୀ ବସ୍ ଯୋଜନାକୁ ପରିଷଦରେ ତୀବ୍ର ବିରୋଧ କରାଯାଇଥିଲା । ଯେହେତୁ ଆସନ୍ତା ୨ ତାରିଖରେ ମାଲକାନଗିରିରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ ହେବ, ତେଣୁ ସେଦିନ କେବଳ ଅବିଭକ୍ତ କୋରାପୁଟ ଜିଲ୍ଲାର ୪ଟି ଜିଲ୍ଲା ଯଥାକ୍ରମେ କୋରାପୁଟ, ମାଲକାନଗିରି, ଜୟପୁର ଏବଂ ନବରଙ୍ଗପୁରକୁ କୌଣସି ଘରୋଇ ବସ୍ ଚଳାଚଳ କରିବ ନାହିଁ।

Advertisment

ତାପରେ ଅକ୍ଟୋବର ୧୦ରୁ ସାରା ରାଜ୍ୟରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧର୍ମଘଟ ଚାଲିବ। ଗାଁରୁ ବ୍ଲକ ହେଡକ୍ବାର୍ଟରକୁ ଯାତ୍ରୀ ପରିବହନ ସୁଗମ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ଲକ୍ଷ୍ମୀ ବସ୍ ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି । ଯାହାକି ଘରୋଇ ବସ୍ ମାଲିକଙ୍କୁ ଘୋର କ୍ଷତି ପହଞ୍ଚାଇବା ସହ ଏହା ଉପରେ ନିର୍ଭର କରି ଚଳୁଥିବା ହଜାର ହଜାର କର୍ମଚାରୀଙ୍କ ପେଟ ପାଟଣାକୁ ଲାତ ବୋଲି କହିଛି ଘରୋଇ ବସ୍ ମାଲିକ ସଂଘ।...

ସେପଟେ ଏନେଇ ପ୍ରତିକ୍ରିୟା ରଖିଛନ୍ତି ରାଜ୍ୟ ପରିବହନ କମିଶନର। ଯଦି କୌଣସି ଜିଲ୍ଲାରେ ଘରୋଇ ବସ୍ ଓ ଲକ୍ଷ୍ମୀ ବସ୍ ଟାଇମିଂ ସମାନ ରୁହେ, ତେବେ ଏନେଇ ସ୍ଥାନୀୟ ଆରଟିଓ ଓ ବସ ମାଲିକ ସଂଘ ଆଲୋଚନା କରି ଚୂଡାନ୍ତ ନିଷ୍ପତ୍ତି ନେବେ ।

Advertisment
Bus Strike
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ