• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

ସାତ ଦିନିଆ ଜାପାନ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ସହ ମୁଖ୍ୟମନ୍ତ୍ରୀଙ୍କ ଜାପାନ ଗସ୍ତ ଆରମ୍ଭ ହୋଇଛି । ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଟୋକିଓ‌ରେ ପୁଞ୍ଜିନିବେଶକ ସମ୍ମିଳନୀରେ ଯୋଗଦେବା ସହ କ୍ୟୋଟୋ ଓ ଓସାକାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । ଶିଳ୍ପମନ୍ତ୍ରୀ, ମୁଖ୍ୟ ସଚିବ, ଶିଳ୍ପ ସଚିବ, IT ସଚିବ, IPICOL ଏମ୍ ଡି ଏହି ଗସ୍ତରେ ସାମିଲ ହୋଇଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଓ ସ୍ୱତନ୍ତ୍ର ସଚିବ ମଧ୍ୟ ସାଙ୍ଗରେ ଜାପାନ ଗସ୍ତରେ ଯାଇଛନ୍ତି । ଏହି ଗସ୍ତ ଅବସରରେ IT, ଶିଳ୍ପ, ପର୍ଯ୍ୟଟନ ଓ କ୍ରୀଡ଼ା କ୍ଷେତ୍ର ପାଇଁ ନିବେଶକାରୀଙ୍କୁ ଭେଟିବା କାର୍ଯ୍ୟକ୍ରମ ରହିଛି ।

ଜାପାନ ସରକାର କିପରି ଓଡ଼ିଶା ରେ ଅଧିକ ପୁଞ୍ଜିନିବେଶ କରିବେ ସେନେଇ ବି ମୁଖ୍ୟମନ୍ତ୍ରୀ ଆଲୋଚନା କରିବେ ବୋଲି ଜଣାପଡ଼ିଛି। ଏହାସହ ଜାପାନ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ।

ସେହିପରି ଇସ୍ପାତ, ଆଲୁମିନିୟମ୍, ଟେକ୍ସଟାଇଲ୍, ଖାଦ୍ୟ ଏବଂ ଖାଦ୍ୟ ପ୍ରକ୍ରିୟାକରଣ , ଗ୍ରୀନ୍ ହାଇଡ୍ରୋଜେନ୍ ଏବଂ ଗ୍ରୀନ୍ ଆମୋନିୟା ଶିଳ୍ପକୁ ନେଇ ମଧ୍ୟ ସେଠାରେ ଆଲୋଚନା ହେବ ବୋଲି ଜଣାପଡ଼ିଛି ।