/odishatv-khabar/media/post_attachments/uploadimage/library/16_9/16_9_0/IMAGE_1701256397.jpg)
Coin Exchange
ରାଜ୍ୟର ୩୧୪ ବ୍ଲକରେ ହେବ କଏନ ଏକ୍ସଚେଞ୍ଜ କାର୍ଯ୍ୟକ୍ରମ । ବିଭିନ୍ନ ବ୍ୟାଙ୍କ ଜରିଆରେ ଡିସେମ୍ବରରୁ ଆରମ୍ଭ ହେବ ଏହି କଏନ ଏକ୍ସଚେଞ୍ଜ କାର୍ଯ୍ୟକ୍ରମ । ୩ ମାସ ମଧ୍ୟରେ ସବୁ ବ୍ଲକର ବଜାର ମାନଙ୍କରେ ହେବ ଏହି ଏକ୍ସଚେଞ୍ଜ କାର୍ଯ୍ୟକ୍ରମ । RBI ଆଞ୍ଚଳିକ ନିର୍ଦ୍ଦେଶକ ସାରଦା ପ୍ରସନ୍ନ ମହାନ୍ତି ଦେଇଛନ୍ତି ଏହି ସୂଚନା । ଏଥିରେ ଲୋକମାନେ କଏନ ସହ ମଇଳା ଓ ଚିରାଫଟା ନୋଟ୍ ବି ବଦଳାଇ ପାରିବେ ।
RBI ଆଞ୍ଚଳିକ ନିର୍ଦ୍ଦେଶକଙ୍କ କହିବାନୁଯାୟୀ, ଏବେ ବଜାରରେ ପ୍ରଚଳନ ଥିବା ୫୦ ପଇସାଠାରୁ ୨୦ ଟଙ୍କିଆ କଏନ ଯାଏଁ ସବୁ ଚାଲୁଛି ଓ ଲିଗାଲ ଟେଣ୍ଡର । ଏନେଇ ଅଧିକ ସଚେତନତା ଦରକାର । କୌଣସି ଗୁଜବରେ ବିଶ୍ୱାସ କରନ୍ତୁୁ ନାହିଁ । ବ୍ୟାଙ୍କରେ ମଧ୍ୟ ଲୋକମାନେ ସେମାନଙ୍କ ପାଖରେ ଥିବା କଏନ ଜମା କରିପାରିବେ। ବ୍ୟାଙ୍କ କଏନ ନେବାକୁ ମନା କରିପାରିବ ନାହିଁ । ଯଦି ବ୍ୟାଙ୍କ କଏନ ନେବାକୁ ମନା କରୁଛି, ଲୋକେ RBI ଆଞ୍ଚଳିକ କାର୍ଯ୍ୟାଳୟରେ ଥିବା ବ୍ୟାଙ୍କିଂ ଲୋକପାଳରେ ଅଭିଯୋଗ କରିପାରିବେ । ସେମାନଙ୍କ ବିରୋଧରେ ହେବ କାର୍ଯ୍ୟନୁଷ୍ଠାନ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)