Advertisment

ଭୋରରୁ ଚନ୍ଦ୍ରଭାଗାରେ ବୁଡ଼ ପକାଇଛନ୍ତି ହଜାର ହଜାର ଶ୍ରଦ୍ଧାଳୁ

ନିଜ ପରିବାରକୁ ରୋଗ ଶୋକ ଭୟରୁ ମୁକ୍ତ ରଖିବା ପାଇଁ ହିନ୍ଦୁ ଧର୍ମାବଲମ୍ବୀ ମାନେ ଚନ୍ଦ୍ରଭାଗାରେ ବୁଡ଼ ପକାଇଥାନ୍ତି।

Maghasaptami

Maghasaptami

Advertisment

ଆଜି ପବିତ୍ର ମାଘ ସପ୍ତମୀ । ବଡ଼ି ଭୋରରୁ କୋଣାର୍କ ଚନ୍ଦ୍ରଭାଗାରେ ବୁଡ଼ ପକାଇଛନ୍ତି ହଜାର ହଜାର ଶ୍ରଦ୍ଧାଳୁ। ଶୃଙ୍ଖଳିତ ଭାବେ ବୁଡ଼ ପକାଇବା ପାଇଁ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼କୁ ଆଖି ଆଗରେ ରଖି ସୁରକ୍ଷା ପାଇଁ ବ୍ୟାପକ ପୋଲିସ ଫୋର୍ସ ମଧ୍ୟ ମୁତୟନ କରାଯାଇଛି ।

Advertisment

ପୌରାଣିକ ମତ ଅନୁସାରେ, ଆଜି ପ୍ରଭୁ ଶ୍ରୀକୃଷ୍ଣଙ୍କ ପୁତ୍ର ଶାମ୍ବ ଚନ୍ଦ୍ରଭାଗା ନଦୀ ତଟରେ ତପସ୍ୟା କରି ଶ୍ରାପ ଜନିତ ରୋଗରୁ ମୁକ୍ତ ହୋଇଥିଲେ। ଏଥିସହ ମାଘ ସପ୍ତମୀରେ ଲାଙ୍ଗୁଳା ନରସିଂହ ଦେବ ସୂର୍ଯ୍ୟ ମନ୍ଦିର ପ୍ରତିଷ୍ଠା କରିଥିଲେ।  ତେଣୁ ନିଜ ପରିବାରକୁ ରୋଗ ଶୋକ ଭୟରୁ ମୁକ୍ତ ରଖିବା ପାଇଁ ହିନ୍ଦୁ ଧର୍ମାବଲମ୍ବୀ ମାନେ ଚନ୍ଦ୍ରଭାଗାରେ ବୁଡ଼ ପକାଇଥାନ୍ତି।

ମାଘ ସପ୍ତମୀରୁ ଆରମ୍ଭ ହେଉଛି ଖଣ୍ଡଗିରି ମେଳା । ଏବେଠୁ ସାଧୁସନ୍ଥ ଓ ନାଗାବାବାଙ୍କ ଭିଡ଼ ଖଣ୍ଡିଗିରି ପାଦଦେଶରେ ଦେଖିବାକୁ ମିଳିଲାଣି । ହରିଦ୍ୱାରଠାରୁ ଆରମ୍ଭ କରି ଜାମ୍ମୁଓକାଶ୍ମୀର ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରୁ ଏଠାକୁ ସାଧୁ ସନ୍ୟାସୀଙ୍କ ସୁଅ ଛୁଟିଲାଣି। ନାଗା ବାବାଙ୍କ ଧୁନରେ ପ୍ରକମ୍ପିତ ହେବ ସାରା ଖଣ୍ଡିଗିରି ପାଦଦେଶ।

Advertisment
Chandrabhaga
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ