Advertisment

ରାତି ୨ରୁ ଖୋଲିବ ଶ୍ରୀମନ୍ଦିର ଦ୍ୱାର, ଭଗବାନଙ୍କୁ ଦର୍ଶନ କରିବେ ଭକ୍ତ

ଆଜି ବୈଠକରେ ଚୂଡାନ୍ତ ନୀତିନିର୍ଘଣ୍ଟକୁ ଆଗାମୀ ପରିଚାଳନା କମିଟି ବୈଠକରେ ଅନୁମୋଦନ କରାଯିବ ।

author-image
Satyendu Shekher Mishra
ଅଦ୍ୟତନ ହୋଇଛି
Srimandir

Srimandir

୧୬ରୁ ରାତି ୨ରେ ଖୋଲିବ ଶ୍ରୀମନ୍ଦିର । ଡିସେମ୍ବର ୧୬ରୁ ରାତି ୨ଟାରୁ ଖୋଲିବ ଶ୍ରୀମନ୍ଦିର ଦ୍ୱାର । ଶ୍ରୀମନ୍ଦିର ସବ୍ କମିଟି ବୈଠକରେ ପହିଲିଭୋଗ ନୀତି ନେଇ ଆଲୋଚନା କରାଯାଇଛି । ଏହି ଆଲୋଚନା ପରେ ଏଭଳି ନିଷ୍ପତ୍ତି ନିଆଯାଇଛି । 

Advertisment

ଆଜି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ଠାରେ ଛତିଶା ନିଯୋଗ ବୈଠକ ଅନୁଷ୍ଠିତ ହୋଇଛି । ଚଳିତମାସ ୧୬ରୁ ଜାନୁୟାରୀ ୧୪ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଶ୍ରୀଜୀଉଙ୍କ ପହିଲି ଭୋଗ ସହ ୧୫ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଧନୁ ସଂକ୍ରାନ୍ତି ଓ ଜାନୁୟାରୀ ୨୫ ତାରିଖରେ ହେବାକୁ ଥିବା ଦେବାଭିଷେକ ନୀତି ସମ୍ପର୍କରେ ଆଲୋଚନା କରାଯାଇ ନୀତିନିର୍ଘଣ୍ଟ କରାଯିବ।

ନୂଆବର୍ଷ ପୂର୍ବଦିନ ୩୧ ତାରିଖ ଦିନ ଭକ୍ତଙ୍କ ଭିଡକୁ ଦୃଷ୍ଟିରେ ରଖି ଆବଶ୍ୟକ ପଡିଲେ ରାତ୍ରପହୁଡ଼ ଓ ଜାନୁଆରୀ ୧ ତାରିଖରେ ଦିବା ପହୁଡ ହେବ କି ନାହିଁ ସେ ସମ୍ପର୍କରେ ଆଲୋଚନା କରାଯିବ । ଆଜି ବୈଠକରେ ଚୂଡାନ୍ତ ନୀତିନିର୍ଘଣ୍ଟକୁ ଆଗାମୀ ପରିଚାଳନା କମିଟି ବୈଠକରେ ଅନୁମୋଦନ କରାଯିବ ।

Advertisment

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ନୂଆବର୍ଷରୁ ଭକ୍ତଙ୍କ ଲାଗୁ ହେବାକୁ ଥିବା ଡ୍ରେସକୋର୍ଡ ବ୍ୟବସ୍ଥା, ଶ୍ରୀମନ୍ଦିର ପରିସରରେ ପାନ ଗୁଟଖା ନିଷେଧ ସମେତ ଦିବ୍ୟାଙ୍ଗଙ୍କ ପାଇଁ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା ସହ ଜାନୁଆରୀ ୧୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ ହେବାକୁ ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ ସମ୍ପର୍କରେ ମଧ୍ୟ ଆଲୋଚନା ହେବାର ସମ୍ଭାବନା ରହିଛି ।

Srimandir Lord Jagannath
Advertisment
Advertisment