/odishatv-khabar/media/post_attachments/uploadimage/library/16_9/16_9_0/IMAGE_1698290408.jpg)
Fire breaks out in garment shop in Nayagarh; crores of assets burned into ashes
ନୟାଗଡ ଖଣ୍ଡପଡ଼ା ରୋଡରେ ଥିବା ଏକ ବସ୍ତ୍ରାଳୟରେ ଭୟାବହ ଅଗ୍ନିକାଣ୍ଡ । ବିଳମ୍ବିତରେ ନିଆଁ ଲାଗିଥିବା ଅନୁମାନ । ଏଥିରେ କୋଟିଏରୁ ଅଧିକ ଟଙ୍କାର ସଂପତ୍ତି ନଷ୍ଟ ହୋଇଥିବା ଅଭିଯୋଗ ହୋଇଛି । ନିଆଁ ଲିଭାଇବାରେ ୪ଟି ଦମକଳ ବାହିନୀ ଏବଂ ୩୦ରୁ ଅଧିକ ଅଗ୍ନିଶମ କର୍ମଚାରୀ ନିୟୋଜିତ ହୋଇଥିଲା l ଦୀର୍ଘ ସମୟର କସରତ ପରେ ନିଆଁ ଆୟତ୍ତ କରିଛି ଅଗ୍ନିଶମ ବାହିନୀ ।
ଗତକାଲି ରାତି ୧୦ଟାରେ ଦୋକାନ ମାଲିକ ଏବଂ କର୍ମଚାରୀ ଦୋକାନ ବନ୍ଦ କରି ଘରକୁ ଯାଇଥିଲେ । ରାତି ପ୍ରାୟ ୩ଟା ସମୟରେ ସ୍ଥାନୀୟ ଲୋକମାନେ ଦୋକାନରୁ ଧୁଆଁ ବାହାରୁଥିବା ଦେଖି ମାଲିକଙ୍କୁ ଖବର ଦେଇଥିଲେ । ପରେ ଅଗ୍ନିଶମ ବାହିନୀ ଖବରପାଇ ଘଟଣାସ୍ଥଳକୁ ଆସିଥିଲେ । ତେବେ ଦୋକାନ ସଂପୂର୍ଣ୍ଣ ବନ୍ଦ ଥିବାରୁ ନିଆଁ ଆୟତ କରିବା କଷ୍ଟକର ହୋଇପଡିଥିଲା । ନୟାଗଡ , ନୂଆଗାଁ , ଖଣ୍ଡପଡାରୁ ୪ଟି ଦମକଳ ଗାଡି ଏବଂ ୩୦ରୁ ଅଧିକ ଅଗ୍ନିଶମ କର୍ମଚାରୀ ନିଆଁଲିଭାରେ ନିୟୋଜିତ ହୋଇଥିଲେ ।
ସୋରୁମର ଆକାର ବଡ ହୋଇଥିବା ବେଳେ ଭିତରୁ ଧୂଆଁ ଜୋରରେ ବାହାରୁଥିବାରୁ ନିଆଁ ଆୟତ କରିବାକୁ ୪ଘଣ୍ଟାରୁ ଅଧିକ ସମୟ ଲାଗିଥିଲା । ସ୍ଥିତି ଏପରି ହୋଇଥିଲା ନିଆଁ ଲିଭାଇବା ପାଇଁ ଜେସିବି ଲଗାଇ ଦୋକାନ ଘର ବି ଭାଙ୍ଗିବାକୁ ପଡିଥିଲା । ଏବେ ସୁନ୍ଧା ଅଗ୍ନିକାଣ୍ଡର କାରଣ ଜଣାପଡ଼ିନାହିଁ । ନିଆଁ କିପରି ଲାଗିଲା ସେ ସମ୍ପର୍କରେ ପରେ ଜଣାପଡିବ ବୋଲି ଫାୟାର ଅଫିସର୍ ସୂଚନା ଦେଇଛନ୍ତି । ଅନ୍ୟପଟେ ସର୍ଟସର୍କିଟ ହୋଇ ନିଆଁ ଲାଗିଥିବା ଅନୁମାନ କରାଯାଉଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)