Indian Army, Sahid Jawan
ମାଟି ମାଆର କୋଳକୁ ଆଜି ଫେରିଲା ତାର ଗେହ୍ଲା ପୁଅ । କିନ୍ତୁ ପୂର୍ବ ଭଳି ନୁହେଁ । ଏଥର ଫେରିଛି ସେ ଜାତୀୟ ପତାକାରେ ଘୋଡ଼େଇ ହୋଇ । ଜାମ୍ମୁ କାଶ୍ମୀର ପୁଞ୍ଚରେ ଆତଙ୍କବାଦୀ ଆକ୍ରମଣରେ ସହିଦ ହୋଇଥିବା ଓଡ଼ିଆ ଯବାନ ଲାନସ ନାୟକ ଦେବାଶିଷ ବିଶ୍ୱାଳଙ୍କ ପାର୍ଥିବ ଶରୀର ଭୁବନେଶ୍ୱର ରେ ପହଞ୍ଚିଛି । ଏକ ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ଅଣାଯାଇଛି । ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଛି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ମର ଶରୀରକୁ ଶେଷ ଦର୍ଶନ କରିଛନ୍ତି ଦେବାଶିଷଙ୍କ ପତ୍ନୀ ସୁଶ୍ରୀ ସଙ୍ଗୀତା ।
ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ୍ ପାତ୍ର ପ୍ରମୁଖ ଉପସ୍ଥିତ ରହି ଶେଷ ଦର୍ଶନ କରିଛନ୍ତି । କିଛି ସମୟ ପରେ ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଦେବେ । ଶୋଭାଯାତ୍ରାରେ ଜନ୍ମମାଟି ସତ୍ୟବାଦୀ ଖଣ୍ଡାୟତ ସାହିକୁ ଯିବ ମର ଶରୀର । ଖଣ୍ଡାୟତ ସାହି ଗାଁ ଶ୍ମଶାନରେ ହେବ ଶେଷକୃତ୍ୟ ।
ଅନ୍ୟପଟେ ସହିଦ ଦେବାଶିଷ ବିଶ୍ୱାଳଙ୍କ ପରିବାର ପାଇଁ ୨୫ ଲକ୍ଷ ଟଙ୍କା ଅନୁକମ୍ପାରାଶି ଘୋଷଣା କରିଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରାଯାଇଛି । ସହିଦ ଦେବାଶିଷ ବିଶ୍ୱାଳଙ୍କ ଶୋକସନ୍ତପ୍ତ ପରିବାର ପ୍ରତି ଗଭୀର ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1682131839.jpg)