• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Manoranjan Behera

ଆସନ୍ତା ୨୭ ତାରିଖରେ ରାଜ୍ୟରେ ସବୁ ସ୍କୁଲ, କଲେଜ ଛୁଟି । ସମ୍ବଲପୁର ସମଲେଇ ପ୍ରକଳ୍ପର ଲୋକାର୍ପଣ ଉତ୍ସବ ପାଇଁ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । ଚତୁର୍ଥ ଶନିବାର ଯୋଗୁଁ ସରକାରୀ ଅଫିସ୍ ମଧ୍ୟ ବନ୍ଦ ରହିବ । ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ସମଲେଶ୍ୱରୀଙ୍କ ପୀଠର ବିକାଶ ପାଇଁ କରାଯାଇଥିବା ସମଲେଇ ପ୍ରକଳ୍ପର ଲୋକାର୍ପଣ ଉତ୍ସବ ହେବ ଆସନ୍ତା ଶନିବାର ।

୨୦୨୧ ଫେବ୍ରୁଆରି ୧୭ ତାରିଖରେ ଏ ନେଇ ନିଷ୍ପତ୍ତି ନେଇଥିଲେ ରାଜ୍ୟ ସରକାର । ଏହି ପ୍ରକଳ୍ପର ୪ଟି ମୁଖ୍ୟ ଲକ୍ଷ୍ୟ ରହିଛି । ସେଗୁଡ଼ିକ ହେଲା ମାଆ ସମଲେଶ୍ୱରୀଙ୍କ ମନ୍ଦିର ପରିସରର ରୂପାନ୍ତରଣ, ଭକ୍ତ ଓ ଶ୍ରଦ୍ଧାଳୁ ମନରେ ଆଧ୍ୟାତ୍ମିକ ମନୋଭାବ ସୃଷ୍ଟି ପାଇଁ ଗୁରୁତ୍ୱ, ସମ୍ବଲପୁରର ପର୍ଯ୍ୟଟନ ଅର୍ଥନୀତି ପ୍ରତି ଗୁରୁତ୍ୱ ଓ ମନ୍ଦିର ଚାରିପଟେ ଅନ୍ୟାନ୍ୟ ପ୍ରକଳ୍ପର ବିକାଶ ଓ ସ୍ଥାନୀୟ ଲୋକଙ୍କ ଆର୍ଥିକ ବିକାଶ ପାଇଁ ସୁଯୋଗ ସୃଷ୍ଟି ।