/odishatv-khabar/media/post_attachments/uploadimage/library/16_9/16_9_0/IMAGE_1690945973.jpg)
School Close
ଲଗାଣ ବର୍ଷା ପାଇଁ ଆଜି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି । କେନ୍ଦୁଝର, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ସୁବର୍ଣ୍ଣପୁରରେ ସବୁ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ରଖାଯାଇଛି ।
ବନ୍ଦ ରହିବ ସବୁ ସରକାରୀ ଓ ବେସରକାରୀ ସ୍କୁଲ ସହ ଅଙ୍ଗନବାଡ଼ି କେନ୍ଦ୍ର । ଲଗାଣ ବର୍ଷା ପାଇଁ ଜିଲ୍ଲାପାଳ ସ୍କୁଲ ଛୁଟି ନେଇ ନୋଟିସ୍ ଜାରି କରିଛନ୍ତି । ଜିଲ୍ଲାର ସମସ୍ତ ବିଡିଓଙ୍କୁ ସଜାଗ ରହିବାକୁ କୁହାଯାଇଛି । ତଳିଆ ଅଂଚଳରେ ବର୍ଷା ସ୍ଥିତି ଦେଖି ଲୋକଙ୍କୁ ସ୍ଥାନାନ୍ତର କରାଯିବ । ମାଟି ଘରେ ରହୁଥିବା ଅଂଚଳରେ ଅଧିକ ଧ୍ୟାନ ଦେବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।
ସେପଟେ ବଙ୍ଗୋପସାଗରରେ ସୃଷ୍ଟି ଅବପାତ ଗଭୀର ଅବପାତରେ ପରିଣତ ହୋଇଛି । ଗଭୀର ଅବପାତଟି ଘଣ୍ଟା ପ୍ରତି ୨୫ କିଲୋମିଟର ବେଗରେ ଉତ୍ତର ଏବଂ ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି । ବାଂଲାଦେଶ ଖେପୁପଡ଼ା ପାଖାପାଖି ଉପକୂଳ ଛୁଇଁବା ପରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ମୁହାଁ ହୋଇ ଗାଙ୍ଗେୟ ଉପତ୍ୟକା ଆଡ଼କୁ ଯିବ । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଜାରି ରହିଛି ।
ତେବେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼ ଏବଂ ସୁନ୍ଦରଗଡ଼ ଏହି ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ତା’ସହ ଉତ୍ତର ଓ ପଶ୍ଚିମ ଓଡ଼ିଶାର ୧୬ଜିଲ୍ଲାକୁ ବର୍ଷା ପାଇଁ ସତର୍କ ସୂଚନା ଜାରି ହୋଇଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)