Advertisment

ପଦ୍ମଶ୍ରୀ କବି ଜୟନ୍ତ ମହାପାତ୍ରଙ୍କ​ ଶେଷ ଇଚ୍ଛା କ’ଣ ଥିଲା ? ଜାଣନ୍ତୁ ...

ବିଦ୍ୟୁତ ଚୁଲାରେ ମୋ ମରଶରୀର ଦାହ କରିବ । ଜେ. ​ସରୋଜିନୀଙ୍କୁ ୨୦x୨୦ ଫୁଟ ଜମି ପ୍ରଦାନ। 'ସମସ୍ତ ଚିଠି ଓ ଅସଂପୂର୍ଣ୍ଣ ପାଣ୍ଡୁଲିପି’ ପୋତି ଦେବ ।

author-image
Prangyan Parimita
ଅଦ୍ୟତନ ହୋଇଛି
Padma Shri Jayanta Mahapatra Death

Jayanta Mahapatra

ପରଲୋକରେ ପଦ୍ମଶ୍ରୀ କବି ଜୟନ୍ତ ମହାପାତ୍ର। ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ତାଙ୍କ ଦେହାନ୍ତ ହୋଇଛି।ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା। କବି ଜୟନ୍ତ ମହାପାତ୍ର ନିମୋନିଆରେ ପୀଡ଼ିତ ହୋଇ SCBରେ ଚିକିତ୍ସାଧୀନ ଥିଲେ। ଗତ କିଛିଦିନ ଧରି ସ୍ୱାସ୍ଥ୍ୟବସ୍ଥା ବିଗିଡ଼ିବାରେ ଲାଗିଥିଲା। ପଦ୍ମଶ୍ରୀ ଜୟନ୍ତ ମହାପାତ୍ର ବିଶେଷ କରି ଜଣେ ଇଣ୍ଡିଆନ୍ ଇଂଲିସ୍ ପୋଏଟ୍ ହିସାବରେ ବେଶ୍ ପରିଚିତ। ସେ ହେଉଛନ୍ତି ପ୍ରଥମ ଭାରତୀୟ କବି ଯିଏ କି ଇଂରାଜୀ ଭାଷାରେ କବିତା ପାଇଁ ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ।

Advertisment

ତାଙ୍କ କୃତି ମଧ୍ୟରେ ଇଣ୍ଡିଆନ୍ ସମର୍, ହଙ୍ଗର ଓ ରିଲେସନସିପ୍ ଭଳି କାବ୍ୟ ଆଧୁନିକ ଭାରତୀୟ ଇଂରାଜୀ ସାହିତ୍ୟରେ ବେଶ୍ ପାଠକୀୟ ଆଦୃତି ଲାଭ କରିଛି। l ତାଙ୍କ ଲେଖନୀରୁ ୨୦ରୁ ଅଧିକ ଇଂରାଜୀ କବିତା ସଂକଳନ ଓ ୭ରୁ ଅଧିକ ଓଡ଼ିଆ କବିତା ସଂକଳନ ଉତୁରିଥିଲା। ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ଏହି ମହାନ ସାହିତ୍ୟ ସ୍ରଷ୍ଟାଙ୍କର ଆଜି ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଅନ୍ତିମ ସଂସ୍କାର କରାଯିବ। ପଦ୍ମଶ୍ରୀ ଜୟନ୍ତ ମହାପାତ୍ରଙ୍କ ଶେଷ ଇଛା ଅନୁସାରେ ଆଜି ଖାନନଗର ସ୍ଥିତ ଇଲେକ୍ଟ୍ରିକ ଚୁଲାରେ ତାଙ୍କ ମରଶରୀରକୁ ଦାହ କରାଯିବ।

ତେବେ ପରଲୋକ ପୂର୍ବରୁ ପଦ୍ମଶ୍ରୀ କବି ଜୟନ୍ତ ମହାପାତ୍ର ଲେଖିଥିଲେ ମୋ’​ ଶେଷ ଇଚ୍ଛା। ଯେଉଁଥିରେ ସେ ୩ଟି କଥା ଲେଖିଛନ୍ତି। ଇଂରାଜୀରେ ଲେଖାଥିବା ମାଇଁ ଲାଷ୍ଟ ଉଇସରେ ଲେଖାଯାଇଛି, ମୋ’ ମରଶରୀରକୁ ଖାନନଗର ବିଦ୍ୟୁତ ଚୁଲାରେ ଦାହ କରିବ। ଏହାକୁ କେବେ ହେଲେ ପୋତିବ ନାହିଁ। ମୃତ୍ୟୁ ସମୟରେ ଉପସ୍ଥିତ ବନ୍ଧୁ, ଶୁଭେଚ୍ଛୁମାନଙ୍କ ଗହଣରେ ମୃତଦେହକୁ ଭ୍ୟାନ୍ କିମ୍ୱା ଆମ୍ବୁଲାନ୍ସରେ ନେଇ ଯଥାଶୀଘ୍ର ଦାହ କରିବ।

Advertisment

ଏହା ସହ ୩୫ ବର୍ଷ ଧରି ସେବା କରି ଆସୁଥିବା ଶ୍ରୀମତୀ ଜେ. ​ସରୋଜିନୀଙ୍କୁ ଘର ପାଖରେ ୨୦ ଫୁଟରେ ୨୦ ଫୁଟର ଜମି ଦେବାକୁ ଚିଠିରେ ଉଲ୍ଲେଖ ରହିଛି। ପତ୍ନୀ ଜ୍ୟୋତ୍ସ୍ନା ମହାପାତ୍ର ଓ ପୁଅ ମୋହନ ମହାପାତ୍ର ଓ ମୁଁ ଏ ସଂପର୍କରେ ନିଷ୍ପତ୍ତି ନେଇଛନ୍ତି । ଶେଷରେ ସମସ୍ତ ଚିଠିପତ୍ର, ଦସ୍ତାବିଜ, ଅସଂପୂର୍ଣ୍ଣ ପାଣ୍ଡୁଲିପିକୁ ମୃତ୍ୟୁ ପରେ ପୋତି ଦେବାକୁ ଚିଠିରେ ଲେଖାଯାଇଛି ।...

Advertisment
Advertisment